ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୧୦ ଦିନର ବ୍ୟବଧାନ ପରେ ରାଜ୍ୟରେ ଗୋଟିଏ ଦିନରେ ପୁଣି ୬୦୦ରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୬୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୯୨ ଜଣ ଅଛନ୍ତି। ସେହିପରି ୬୫୨ ଜଣଙ୍କ ମଧ୍ୟରୁ ୩୮୦ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୭୨ଟି ହେଉଛି ଲୋକାଲ୍ କେସ୍। ଏହା ପୂର୍ବରୁ ସେପ୍ଟେମ୍ବର ୨୯ ତାରିଖରେ ରାଜ୍ୟରେ ୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।
୬୫୨ ଜଣ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୧ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ଜଣେ, ବାଲେଶ୍ୱରରୁ ୧୯, ବରଗଡ଼ରୁ ୩, ଭଦ୍ରକରୁ ୭, ବଲାଙ୍ଗିରରୁ ୩, କଟକରୁ ୭୦, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଜପତିରୁ ୬, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୫, ଯାଜପୁରରୁ ୧୦, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୨୬, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୨୯, ନୟାଗଡ଼ରୁ ୬, ନୂଆପଡ଼ାରୁ ଜଣେ, ପୁରୀରୁ ୧୪, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୦, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୭୩ ଜଣ ପିଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୬୯୬କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୧୮ ହଜାର ୩୧୧ ଜଣ ସୁସ୍ଥ ହୋଇସାରିଲେଣି। ୫,୦୮୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୪୯କୁ ବୃଦ୍ଧି ପାଇଛି। ଏହି ୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଥିବା ବେଳେ ଅନୁଗୋଳ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୫୧୬କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୩୯୦ ଓ ନବରଙ୍ଗପୁରରେ ୮୧ରେ ପହଞ୍ଚିଛି।
The post ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ପୁଣି ୬୦୦ ଡେଇଁଲା,୯୨ ଜଣ ୧୮ ବର୍ଷରୁ କମ୍ ବର୍ଗର appeared first on Odisha Reporter.
from Odisha Reporter https://ift.tt/3BvufVZ
No comments:
Post a Comment