କାଲିଠୁ ପ୍ରବଳ ବର୍ଷା, ୧୯ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 15, 2021

କାଲିଠୁ ପ୍ରବଳ ବର୍ଷା, ୧୯ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।  ସେହିପରି ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।

ଆଜି ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡା

ଏସବୁ ଜିଲ୍ଲାରେ ଘଡଘଡି ସହ ହାଲୁକା ବର୍ଷା ସମ୍ଭାବନା ରହିଛି। ସେହିପରି ୧୬ ତାରିଖରୁ ୧୭ ତାରିଖ ସକାଳ ୮ଟା ୩୦ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

The post କାଲିଠୁ ପ୍ରବଳ ବର୍ଷା, ୧୯ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ appeared first on Odisha Reporter.



from Odisha Reporter https://ift.tt/3AHzfG4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages