ପ୍ରାତଃଭ୍ରମଣ ବେଳେ ପିଟି ଦେଇ ପଳାଇଲା, ଚାଲିଗଲା ୨ ମହିଳାଙ୍କ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 30, 2021

ପ୍ରାତଃଭ୍ରମଣ ବେଳେ ପିଟି ଦେଇ ପଳାଇଲା, ଚାଲିଗଲା ୨ ମହିଳାଙ୍କ ଜୀବନ

ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ପ୍ରାତଃଭ୍ରମଣରେ ଯାଉଥିବା ବେଳେ ଦୁଇ ଜଣ ମହିଳାଙ୍କୁ କୌଣସି ଗାଡ଼ି ପିଟି ଦେବାରୁ ସେମାନଙ୍କର ମୃତ୍ୟୁ ଘଟିଛି। ଆଜି ସକାଳୁ ସକାଳୁ ଏହି ଦୁଃଖଦ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଳକ୍ କପାସିଆ ଛକ ନିକଟରେ।

୫୭ ନମ୍ବର ଜାତୀୟ ରାଜପଥରେ ଏହି ଦୁଇ ମହିଳା ଚାଲି ଚାଲି ଯାଉଥିବା ବେଳେ କୌଣସି ଅଜଣା ଗାଡ଼ି ଧକ୍କା ଦେଇ ଚାଲି ଯାଇଥିଲା। ଘଟଣାସ୍ଥଳରେ ହିଁ ସେମାନଙ୍କର ମୃତ୍ୟୁ ଘଟିଛି।

ଏହି ଘଟଣାପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ଖୋର୍ଦ୍ଧା ଓ ବଲାଙ୍ଗୀର ମଧ୍ୟରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ବୋଲଗଡ଼ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

The post ପ୍ରାତଃଭ୍ରମଣ ବେଳେ ପିଟି ଦେଇ ପଳାଇଲା, ଚାଲିଗଲା ୨ ମହିଳାଙ୍କ ଜୀବନ appeared first on Odisha Reporter.



from Odisha Reporter https://ift.tt/3w7x3H5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages