ନଭେମ୍ବର ୧ରୁ ୟୁଜି ଓ ୧୫ରୁ ପିଜି ପ୍ରଥମ ବର୍ଷ ପିଲାଙ୍କ ଶ୍ରେଣୀଗୃହ ପାଠପଢ଼ା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 27, 2021

ନଭେମ୍ବର ୧ରୁ ୟୁଜି ଓ ୧୫ରୁ ପିଜି ପ୍ରଥମ ବର୍ଷ ପିଲାଙ୍କ ଶ୍ରେଣୀଗୃହ ପାଠପଢ଼ା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନଭେମ୍ବର ୧ରୁ ୟୁଜି (ସ୍ନାତକ) ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଶ୍ରେଣୀଗୃହରେ ଆରମ୍ଭ ହେବ। ସେହିପରି ନଭେମ୍ବର ୧୫ରୁ ପିଜି (ସ୍ନାତ୍ତୋକତର) ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଶ୍ରେଣୀ ଗୃହରେ ଆରମ୍ଭ ହେବ। ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି ଉଚ୍ଚ ଶିକ୍ଷା ସଚିବ ଶାଶ୍ୱତ ମିଶ୍ର।

ୟୁଜି ଓ ପିଜିରେ ନୂଆକରି ନାମ ଲେଖାଇଥିବା ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ପଢ଼ିବେ। ତେବେ କୋଭିଡ୍ କଟକଣା ମାନି ଶ୍ରେଣୀଗୃହ ପାଠପଢ଼ା ନେଇ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ।

ଉଚ୍ଚଶିକ୍ଷା ବିଭାଗ ସଚିବଙ୍କ ପକ୍ଷରୁ ଦିଆଯାଇଥିବା ଚିଠିରେ ଶ୍ରେଣୀଗୃହରେ ପାଠପଢ଼ା ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି। ସେମାନେ ନିୟମିତ ବ୍ୟବଧାନରେ ହାତ ସଫା କରିବେ। ଶ୍ରେଣୀ ଗୃହ, ପାଠାଗାର ତଥା ଲାବୋରଟୋରୀ ଗୁଡ଼ିକରେ ଛାତ୍ରଛାତ୍ରୀମାନେ ସେମାନଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରଖିବେ। କେହି କଲେଜ ବା ବିଶ୍ୱବିଦ୍ୟାଳୟ ପରିସର ମଧ୍ୟରେ ବାହାରେ ଏଣେତେଣେ ଛେପ ପକାଇ ପାରିବେ ନାହିଁ।

କାଶିବା ବା ଛିଙ୍କିବା ବେଳେ ରୁମାଲ ଆଦି ବ୍ୟବହାର କରିବାକୁ କୁହାଯାଇଛି। ତା’ସହିତ ଛାତ୍ରଛାତ୍ରୀମାନେ ନିଜ ସ୍ୱାସ୍ଥ୍ୟ ବିଷୟରେ ଯେପରି ସଚେତନ ରହିବେ, ସେଥିପାଇଁ ସେମାନଙ୍କୁ ପ୍ରୋତ୍ସାହିତ କରିବାକୁ ବିଶ୍ୱବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ସେହିପରି ଜରୁରୀ ସ୍ଥିତି ପାଇଁ ସବୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ଏକ ନିର୍ଦ୍ଦିଷ୍ଟ କଠୋରୀକୁ ପ୍ରସ୍ତୁତ ରଖିବାକୁ ଉଚ୍ଚଶିକ୍ଷା ସଚିବ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି।

ଶ୍ରେଣୀ ଗୃହ ପାଠପଢ଼ା ଆରମ୍ଭ କରିବା ସହିତ ହଷ୍ଟେଲ ଗୁଡ଼ିକୁ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ ହଷ୍ଟେଲ୍‌ରେ ନାଁ ଲେଖାଇଛନ୍ତି, ସେମାନେ ସେଠାରେ ରହିପାରିବେ। ହଷ୍ଟେଲ୍‌ରେ ମଧ୍ୟ ସମସ୍ତ କୋଭିଡ୍ କଟକଣା ଯେମିତି ପାଳନ ହୁଏ, ତାହା ସୁନିଶ୍ଚିତ କରିବାକୁ ବିଶ୍ୱବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

The post ନଭେମ୍ବର ୧ରୁ ୟୁଜି ଓ ୧୫ରୁ ପିଜି ପ୍ରଥମ ବର୍ଷ ପିଲାଙ୍କ ଶ୍ରେଣୀଗୃହ ପାଠପଢ଼ା appeared first on Odisha Reporter.



from Odisha Reporter https://ift.tt/3BjWOF1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages