ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨୧ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 14, 2021

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୫ ଜଣ ଅଛନ୍ତି। ସେହିପରି ୫୨୧ ଜଣଙ୍କ ମଧ୍ୟରୁ ୩୦୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୧୭ଟି ହେଉଛି ଲୋକାଲ୍ କେସ୍‌।

ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୧୭, ବରଗଡ଼ରୁ ୩, ଭଦ୍ରକରୁ ୩ , ବଲାଙ୍ଗିରରୁ ୪,  ବୌଦ୍ଧରୁ ଜଣେ, କଟକରୁ ୬୦, ଢେଙ୍କାନାଳରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୫, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୩, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୪, କେନ୍ଦୁଝରରୁ ୪, କୋରାପୁଟରୁ ୬, ମୟୂରଭଞ୍ଜରୁ ୨୧, ନୟାଗଡ଼ରୁ ୯, ପୁରୀରୁ ୧୩, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୯, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୬୧ ଜଣ ପିଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୩,୮୦୯କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦,୨୦,୧୬୮ ଜଣ ସୁସ୍ଥ ହୋଇସାରିଲେଣି। ୫,୩୧୪ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୭୪କୁ ବୃଦ୍ଧି ପାଇଛି। ଏହି ୬ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଥିବା ବେଳେ ଯାଜପୁର, କଟକ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୫୨୫କୁ ବୃଦ୍ଧି ପାଇଥିବା ବେଳେ ଯାଜପୁରରେ ୧୭୧, କଟକରେ ୮୪୮ ଓ ଭଦ୍ରକରେ ୧୪୫ରେ ପହଞ୍ଚିଛି।

 

The post ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨୧ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3lDyFVi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages