ସୁନ୍ଦରଗଡ (ବିଜୟ ବେଉରା): ସୁନ୍ଦରଗଡ଼ ଜିଲ୍ଲା ସଦର ଥାନା ଅନ୍ତର୍ଗତ ରସରାଜପୁର ନିକଟ ହାଇୱେରେ ଏକ ଏଲ୍ପିଜି ବୋଝେଇ ଚଳନ୍ତା ଟ୍ରକରେ ନିଆଁ ଲାଗିଯାଇଛି। ରାସ୍ତା ଉପରେ ଟ୍ରକଟି ହୁତୁ ହୁତୁ ହୋଇ ଜଳୁଥିବା ଦେଖିବାକୁ ମିଳିଥିଲା। ତେବେ ଗାଡ଼ିରେ ଥିବା ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ଏଲ୍ପିଜି ବୋଝେଇ ଚଳନ୍ତା ଟ୍ରକଟି ଝାରସୁଗୁଡ଼ାରୁ ରାଉରକେଲା ଅଭିମୁଖେ ଯାଉଥିଲା। ଏହି ସମୟରେ ରସରାଜପୁର ନିକଟ ହାଇୱେରେ ଇଞ୍ଜିନରେ ନିଆଁ ଲାଗି ଯାଇଥିବା ଡ୍ରାଇଭର ଜାଣି ପାରିଥିଲେ। ପରେ ସେ ତୁରନ୍ତ ଗାଡ଼ିରୁ ଓହ୍ଲାଇ ଯାଇ ଅଗ୍ନିଶମ ବାହିନୀଙ୍କୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।
The post ମଝି ରାସ୍ତାରେ ହୁ ହୁ ହୋଇ ଜଳିଗଲା ଏଲ୍ପିଜି ବୋଝେଇ ଟ୍ରକ୍ appeared first on Odisha Reporter.
from Odisha Reporter https://ift.tt/3l1z9V7
No comments:
Post a Comment