ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆଜି ସମ୍ବଲପୁର ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 25, 2021

ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆଜି ସମ୍ବଲପୁର ବନ୍ଦ

ସମ୍ବଲପୁର (ଓଡ଼ିଶା ରିପୋର୍ଟର): ମହାଲିଙ୍ଗ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ୍ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆନ୍ଦୋଳନକୁ ଜୋର କରିଛି ବିଜେପି। ଗତକାଲି ମୟୂରଭଞ୍ଜ ବନ୍ଦ ପରେ ଆଜି ଦଳ ପକ୍ଷରୁ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ଦଳ ପକ୍ଷରୁ ଆଜି ସମ୍ବଲପୁରରେ ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି।

ସକାଳୁ ସକାଳୁ ସମ୍ବଲପୁର ସହରର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ବିଜେପି କର୍ମୀ। ଏହାର ପ୍ରଭାବରେ ଗାଡ଼ି ଚଳାଚଳ ବନ୍ଦ ରହିବା ସହ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ଏହାସହ ବିଭିନ୍ନ କାର୍ଯ୍ୟାଳୟକୁ ମଧ୍ୟ ବନ୍ଦ କରାଯାଇଛି। ତେବେ ଏହି ବନ୍ଦରୁ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯାଇଛି। ବନ୍ଦକୁ ଦୃଷ୍ଟିରେ ରଖି ପୁଲିସ୍ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ମମିତା ହତ୍ୟା ମାମଲାର ତଦନ୍ତ ସିବିଆଇ ଦ୍ୱାରା କରାଇବାକୁ ତଥା ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି ବିଜେପି। ଏହାସହ ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଦଳ ପକ୍ଷରୁ ଦାବି କରାଯାଇଛି।

 ବନ୍ଦ ଯୋଗୁ ଗାଡ଼ି ଚଳାଚଳ ବନ୍ଦ ରହିବା ସହ ଦୋକାନ ବଜାର ବନ୍ଦ ରହିଛି।

ଜଣେ ବିଜେପି କର୍ମୀ କହିଛନ୍ତି,  ମମିତା ବେହେରା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଦୋଷକୁ ଲୁଚାଇଛନ୍ତି ସରକାର। ଏହାସହ ତଦନ୍ତକୁ ବାଟବଣା କରୁଛନ୍ତି।

ଅନ୍ୟପକ୍ଷରେ ରାଜ୍ୟ ବିଜେପିର ଏକ ଟିମ୍ ଆଜି ମୃତ ମମିତା ମେହେର ଗାଁକୁ ଯାଇ ତାଙ୍କ ପରିବାର ଲୋକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।  ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଦଳର ଏକ ୧୫ ଜଣିଆ ପ୍ରତିନିଧି ଦଳ ସେଠାକୁ ଯିବ। ଏହି ଟିମ୍‌ରେ ଶ୍ରୀ ମହାନ୍ତିଙ୍କ ସହିତ ପୂର୍ବତନ ଡିଜିପି ପ୍ରକାଶ ମିଶ୍ର, ବରିଷ୍ଠ ଓକିଲ ପୀତାମ୍ବର ଆଚାର୍ଯ୍ୟ, ସଂଗୀତା ସିଂହଦେଓ ଓ ମୋହନ ମାଝୀ ପ୍ରମୁଖ ଅଛନ୍ତି।

 

 

 

The post ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆଜି ସମ୍ବଲପୁର ବନ୍ଦ appeared first on Odisha Reporter.



from Odisha Reporter https://ift.tt/3Bejl6m

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages