୬୦ ମହଲା ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ଜଣେ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 22, 2021

୬୦ ମହଲା ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ଜଣେ ମୃତ

ମୁମ୍ବାଇ: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ପରେଲ୍ ଅଞ୍ଚଳରେ ଥିବା ୬୦ ମହଲା ବିଶିଷ୍ଟ ବିଲ୍ଡିଂରେ ନିଆଁ ଲାଗିଯାଇଛି। ସୂଚନା ଅନୁଯାୟୀ କରୀ ରୋଡ ସ୍ଥିତ ଅବିଘ୍ନ ପାର୍କ ଆପାର୍ଟମେଣ୍ଟର ୧୯ତମ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ନିଆଁ କବଳରୁ ନିଜକୁ ବଞ୍ଚାଇବା ପାଇଁ ଜଣେ ବ୍ୟକ୍ତି ୧୯ତମ ମହଲାରୁ ଡିଆଁ ମାରିଛି। ଯାହା ଫଳରେ ବ୍ୟକ୍ତି ଜଣକର ମୃତ୍ୟୁ ହୋଇଥିବା କୁହାଯାଉଛି। ମୃତକଙ୍କ ନାଁ ଅରୁଣ ତିୱାରୀ ବୋଲି କୁହାଯାଉଛି, ଯାହାଙ୍କର ବୟସ ୩୦ ବର୍ଷ ହେବ। ବ୍ୟକ୍ତି ଜଣଙ୍କୁ ତୁରନ୍ତ କେଇଏମ୍ ହସ୍ପିଟାଲ ନିଆଯାଇଥିଲା। ଯେଉଁଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ବିଲ୍ଡିଂରୁ ଡେଇଁବା ସମୟରେ ଅରୁଣଙ୍କର ହୃଦୟ ବିଦାରକ ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହୋଇଛି।

ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ଅପରାହ୍ଣ ୧୨ଟା ବେଳେ ଏହି ଅଗ୍ନିକାଣ୍ଡ ଘଟିଛି। ହଠାତ୍ ନିଆଁ ଲାଗିଥିବା ଦେଖି ଆପାର୍ଟମେଣ୍ଟରେ ଥିବା ଲୋକେ ଭୟଭୀୟ ହୋଇଯାଇଥିଲେ। ଧୂଆଁ ବାହାରୁଥିବାର ଦେଖି ତୁରନ୍ତ ଅଗ୍ନିଶମ ବିଭାଗକୁ ଫୋନ୍ କରିଥିଲେ। ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ପ୍ରୟାସ ଚଳାଇଛନ୍ତି। ତେବେ ଏଥିରେ କାହାରିକୁ ଆଘାତ ହୋଇନଥିବା ସୂଚନା ମିଳିଛି। ବର୍ତ୍ତମାନ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ତେବେ ବିଲ୍ଡିଂରେ କେମିତି ନିଆଁ ଲାଗିଲା, ତାହା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ବିଏମସି ଚିଫ୍ ଇକବାଲ୍ ସିଂହ ପହଞ୍ଚିଛନ୍ତି।

The post ୬୦ ମହଲା ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ଜଣେ ମୃତ appeared first on Odisha Reporter.



from Odisha Reporter https://ift.tt/3Ccn8Cw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages