ମେଡିକାଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 6, 2021

ମେଡିକାଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ହଇଚଇ ସୃଷ୍ଟି ହୋଇଛି।  ଲେଡିଜ ହଷ୍ଟେଲ ଝରକାରେ ଝୁଲୁଥିବା ଅବସ୍ଥାରେ ସମ୍ପୃକ୍ତା ଛାତ୍ରୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଏନେଇ ପରିବାରବର୍ଗ କିମ୍ବା ମେଡିକାଲ କର୍ତ୍ତୃପକ୍ଷ ମୁହଁ ଖୋଲୁ ନାହାନ୍ତି। ମୃତା ଛାତ୍ରୀଜଣଙ୍କ ଘର ବଲାଙ୍ଗିର ତାଲପାଲିପଡାରେ ହୋଇଥିବା ବେଳେ ସେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜରେ ତୃତୀୟ ବର୍ଷ ଛାତ୍ରୀ ଥିଲେ।

ଗତକାଲି ରାତିରେ ମେଡିକାଲ କଲେଜର ଲେଡିଜ ହଷ୍ଟେଲ ଝରକାରେ ଛାତ୍ରୀଜଣକ ଝୁଲି ପଡିଥିବା ନେଇ କଲେଜ କର୍ତ୍ତୃପକ୍ଷ ପରିବାର ଲୋକଙ୍କୁ ଖବର ଦେଇଥିଲେ ।  ପରିବାର ଲୋକେ ପହଚିଂବା ପରେ ତାଙ୍କୁ  ଓହ୍ଲାଯାଇଥିଲା। ପୋଲିସ ଉପସ୍ଥିତିରେ  ତାଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ନିଆଯାଇଥିଲା। ମାତ୍ର  ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।  ଏହା ଆତ୍ମହତ୍ୟା ନା ହତ୍ୟା ତାକୁ ନେଇ ସନ୍ଦେହ ଉପୁଜିଛି।  ପରିବାର ଲୋକେ କିମ୍ୱା କଲେଜ କର୍ତ୍ତୃପକ୍ଷ କଲେଜ ଛାତ୍ରୀଙ୍କ ମୃତ୍ୟୁ ନେଇ କେହି ମୁହଁ ଖୋଲୁନାହାନ୍ତି । ମୃତଦେହ ଆଜି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ।

The post ମେଡିକାଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/3oIQG6C

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages