ସ୍ତ୍ରୀକୁ ମାରି ସ୍ୱାମୀ ଫେରାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 16, 2021

ସ୍ତ୍ରୀକୁ ମାରି ସ୍ୱାମୀ ଫେରାର

ପାଟଣାଗଡ଼ (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡର ଲରମ୍ଭା ଥାନା ଅନ୍ତର୍ଗତ ଭରତବାହାଲ ଗାଁରେ ଆଜି ସକାଳେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି।

ମୃତ ମହିଳାଙ୍କ ନାଁ ଲିପି ନାଏକ। ତାଙ୍କ ସ୍ୱାମୀ ତଥା ଅଭିଯୁକ୍ତଙ୍କ ନାଁ ପୁରନ୍ଦର ନାଏକ।

୫ ବର୍ଷ ତଳେ ଲିପି ଓ ପୁରନ୍ଦରଙ୍କ ବିବାହ ହୋଇଥିଲା। ଦୁହେଁ ବେଶ୍ ହସଖୁସିରେ ଥିଲେ। ତେବେ ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତିରେ ଉଭୟଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ଏହି ସମୟରେ ପୁରନ୍ଦର ଉତ୍‌କ୍ଷିପ୍ତ ହୋଇ ଲିପିଙ୍କୁ ଟାଙ୍ଗିଆରେ ହାଣି ଦେଇଥିଲେ। ଘଟଣାସ୍ଥଳରେ ହିଁ ଲିପିଙ୍କର ମୃତ୍ୟୁ ଘଟିଥିଲା।

ଏହି ଘଟଣା ପରେ ପୁରନ୍ଦର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ପୁଲିସ୍ ଶବକୁ ଜବତ କରିଥିବା ବେଳେ ତଦନ୍ତ ଜାରି ରହିଛି।

The post ସ୍ତ୍ରୀକୁ ମାରି ସ୍ୱାମୀ ଫେରାର appeared first on Odisha Reporter.



from Odisha Reporter https://ift.tt/2Z5ChHb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages