ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 17, 2021

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୋଇଛି ଏହି ଚଢ଼ାଉ।

ପ୍ରଦୀପଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଚଢ଼ାଉ କରାଯାଇଥିବା ବେଳେ ତାଙ୍କ ସମ୍ପର୍କୀୟ ଓ ସହଯୋଗୀଙ୍କ ଘରେ ମଧ୍ୟ ରେଡ୍ କରାଯାଇଛି। ଏକକାଳୀନ ୧୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଏହି ଚଢ଼ାଉ କରାଯାଇଛି।

ଆଜି ସକାଳ ୬ଟାରୁ ଏହି ଏକକଳୀନ ଚଢ଼ାଉ ଆରମ୍ଭ ହୋଇଥିବା ବେଳେ ପ୍ରଦୀପଙ୍କ ଘନିଷ୍ଠ ସହଯୋଗୀ ସର୍ବେଶ୍ୱର ରାଓଙ୍କ ଘରେ ମଧ୍ୟ ରେଡ୍ କରାଯାଇଥିବା ସୂଚନା ମିଳିଛି।

ଭିଜିଲାନ୍ସ ପକ୍ଷରୁ ଜାରି କରାଯାଇଥିବା ଏକ ପ୍ରେସ୍ ରିଲିଜ୍‌ରେ କୁହାଯାଇଛି ଯେ ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନାଁରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ ଆସିବା ପରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକ ଗୁପ୍ତ ଯାଞ୍ଚ କରାଯାଇଥିଲା।

ଗୁପ୍ତ ଯାଞ୍ଚ ବେଳେ ବିଧାୟକ ଶ୍ରୀ ପାଣିଗ୍ରାହୀ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ନେଇ ତଥ୍ୟ ମିଳିବା ପରେ ଓଡ଼ିଶା ଲୋକାୟୁକ୍ତଙ୍କ ନିକଟରେ ୯.୧୨ ୨୦୨୦ରେ  ଏକ ଅଭିଯୋଗ ଦାଖଲ କରାଯାଇଥିଲା। ଏହା ପରେ ୧୧.୧୨.୨୦୨୦ରେ ଲୋକାୟୁକ୍ତ ତାଙ୍କ ବିରୋଧରେ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଏହା ପରେ ଭିଜିଲାନ୍ସ ପକ୍ଷରୁ ତଦନ୍ତ କରାଯାଇଥିଲା। ତଦନ୍ତ ବେଳେ ଜଣାପଡ଼ିଥିଲା ଯେ ୨୦୦୯ରୁ ୨୦୨୦ ମଧ୍ୟରେ ଶ୍ରୀ ପାଣିଗ୍ରାହୀ ୫ କୋଟି ୫ ଲକ୍ଷ ୪ ହଜାର ୬୫୬ ଟଙ୍କାର ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିଲେ। ଏହି ତଦନ୍ତ ରିପୋର୍ଟକୁ ଲୋକାୟୁକ୍ତଙ୍କୁ ପ୍ରଦାନ କରାଯାଇଥିଲା।

ଲୋକାୟୁକ୍ତ ଏହି ରିପୋର୍ଟକୁ ଭଲ ଭାବେ ଯାଞ୍ଚ କରିଥିଲେ। ତା’ସହିତ ବିଧାୟକ ଶ୍ରୀ ପାଣିଗ୍ରାହୀ ରଖିଥିବା ପକ୍ଷକୁ ପରଖି ଥିଲେ। ଏସବୁ ପରେ ଲୋକାୟୁକ୍ତ ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କ ବିରୋଧରେ ଆସିଥିବା ଅଭିଯୋଗ ଉପରେ ତଦନ୍ତକୁ ଆଗେଇ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି କ୍ରମରେ ଏକ ସବିଶେଷ ତଦନ୍ତ ପାଇଁ ଭିଜିଲାନ୍ସ ପକ୍ଷରୁ ୪.୧୦.୨୦୨୧ରେ ମାମଲା ରୁଜୁ କରାଗଲା। ଏହି ମାମଲାରେ ଚଢ଼ାଉ କରିବା ପାଇଁ ତଦନ୍ତକାରୀ ଅଧିକାରୀଙ୍କୁ ଲୋକାୟୁକ୍ତ ଅନୁମତି ପ୍ରଦାନ କରିଥିଲେ। ଆଉ ସେହି ଅନୁସାରେ ଆଜି ବିଧାୟକ ଶ୍ରୀ ପାଣିଗ୍ରାହୀ, ତାଙ୍କ ସଂପର୍କୀୟ ଓ ସହଯୋଗୀଙ୍କ ଘରେ ଚଢ଼ାଉ କରାଯାଇଛି।

ଏହି ଚଢ଼ାଉରେ ଜଣେ ଏସ୍‌ପି, ୨ ଜଣ ଅତିରିକ୍ତ ଏସ୍‌ପି ଓ ୧୭ ଜଣ ଡିଏସ୍‌ପିଙ୍କ ସହିତ ଅନ୍ୟମାନେ ସାମିଲ ହୋଇଛନ୍ତି।

 

The post ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍‌ appeared first on Odisha Reporter.



from Odisha Reporter https://ift.tt/3jbYASC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages