ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 8, 2021

ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ଆଣ୍ଡାମାନ-ସାଗର ଓ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ରପତ୍ତନଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଛି। ଯାହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଆହୁରି କୁହାଯାଇଛି ଯେ, ଘୂର୍ଣ୍ଣିବଳୟଟି ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବ। ପରେ ୪ ରୁ ୫ ଦିନ ଯାଏ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, କିଛି ତଳେ ବାତ୍ୟା  ‘ଗୁଲାବ’  ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଥିଲା। ବିଶେଷ କରି ଏହାର ପ୍ରଭାବ ଦକ୍ଷିଣ ଓଡ଼ିଶା ଉପରେ ଅଧିକ ପଡ଼ିଥିଲା।  କୋରାପୁଟ ଜିଲ୍ଲାର ପଟ୍ଟାଙ୍ଗୀ ବ୍ଲକରେ ସବୁଠୁ ଅଧିକ ବର୍ଷା ହୋଇଥିଲା। ଏହା ପ୍ରଭାବରେ ବିଜୟନଗରମରୁ କୋରାପୁଟ ରାସ୍ତାର ସୁଙ୍କି ଘାଟିରେ ଭୂସ୍ଖଳନ ହୋଇଥିଲା।

 

The post ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସମ୍ଭାବନା appeared first on Odisha Reporter.



from Odisha Reporter https://ift.tt/3lnQBmH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages