ପୁଣି ଏକ ଲଘୁଚାପ, ଏହି ସବୁ ଜିଲ୍ଲାରେ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 28, 2021

ପୁଣି ଏକ ଲଘୁଚାପ, ଏହି ସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ସ୍ପଳ୍ପ ଧରଣ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହେବା ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୨ ତାରିଖ ଯାଏ ପାଗରେ ପରିବର୍ତ୍ତନ ହେବ।

ଲଘୁଚାପ ଯୋଗୁ ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର। ତେବେ ଅନ୍ୟ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲକା ପବନ ହେବ।

ସୂଚନାଯୋଗ୍ୟ, ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସହ ହାଲକା ପବନ ହେଉଛି। ସକାଳେ ଉଠିଲେ ଶୀତ ମଧ୍ୟ ଲାଗୁଛି।

 

The post ପୁଣି ଏକ ଲଘୁଚାପ, ଏହି ସବୁ ଜିଲ୍ଲାରେ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3BrWHaq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages