ଶପଥ ଗ୍ରହଣ କଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 7, 2021

ଶପଥ ଗ୍ରହଣ କଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଆଜି ଜଷ୍ଟିସ ଯଶୋବନ୍ତ ସିଂହ ଓ ଜଷ୍ଟିସ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି।  ହାଇକୋର୍ଟର ନୂଆ ସମ୍ମିଳନୀ କକ୍ଷରେ ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍. ମୁରଳୀଧର ଦୁଇ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି।

ପଞ୍ଜାବ ଓ ହରିୟାଣା ହାଇକୋର୍ଟରୁ ଜଷ୍ଟିସ ଯଶୋବନ୍ତ ସିଂହ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଥିବା ବେଳେ କୋଲକାତା ହାଇକୋର୍ଟରୁ ‌ଆସିଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି।  ତଥାପି ଆହୁରି ୧୩ଟି ପଦ ଖାଲି ଅଛି । ଓଡ଼ିଶା ହାଇକୋର୍ଟରେ ମଂଜୁରୀପ୍ରାପ୍ତ ବିଚାରପତିଙ୍କ ସଂଖ୍ୟା ୨୭ରେ ପହଞ୍ଚିଛି।

ସୂଚନାଯୋଗ୍ୟ,ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୋବନ୍ତ ସିଂହ ଓ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି ନେଇ ଗତ ୬ ତାରିଖରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଅନ୍ୟପକ୍ଷରେ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ସଂଜୟ କୁମାର ମିଶ୍ରଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ନେଇ ମଧ୍ୟ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା।

The post ଶପଥ ଗ୍ରହଣ କଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି appeared first on Odisha Reporter.



from Odisha Reporter https://ift.tt/3mQO7x1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages