ଆଜି ମା’ ଦୁର୍ଗାଙ୍କ ଷଷ୍ଠୀ ପୂଜା, ଲାଗୁ ହେବ ନାଇଟ୍‌ କର୍ଫ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 10, 2021

ଆଜି ମା’ ଦୁର୍ଗାଙ୍କ ଷଷ୍ଠୀ ପୂଜା, ଲାଗୁ ହେବ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ମଣ୍ଡପରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଷଷ୍ଠୀ ପୂଜା । ହେଲେ ଗତ ଥର ପରି ଏଥରର ବି କରୋନା କଟକଣା ଯୋଗୁଁ ଲୋକଙ୍କ ମଧ୍ୟରେ ସେଭଳି ଉତ୍ସାହ ଦେଖିବାକୁ ମିଳିନି। ଏହାବାଦ ପୂଜା ସମୟରେ ସଂକ୍ରମଣ ଉପର ମୁହାଁ ହେବା ଆଶଙ୍କା କରି  ଦୈତ୍ୟ ନଗରୀ କଟକ ଓ ଭୁବନେଶ୍ୱରରେ ଆଜିଠୁ କଡ଼ାକଡ଼ି ହେବ ନାଇଟ୍ କର୍ଫ୍ୟୁ।  ଆଜିଠୁ ଆସନ୍ତା ୨୦ ତାରିଖ  ପର୍ଯ୍ୟନ୍ତ  ଟ୍ୱିନସିଟିରେ ରାତି ୮ଟାରୁ ଭୋର୍ ୫ଟା ଯାଏଁ ଲାଗୁ ହେବ ନାଇଟ୍‌ କର୍ଫ୍ୟୁ ।

ପାର୍ବଣ ବେଳେ ବଜାରରେ ଗହଳି ହେବା ଯୋଗୁ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ତେଣୁ ଏହାକୁ ନିୟନ୍ତ୍ରଣ କରିବାକୁ  ପୁଲିସ୍‌ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ଏହି ସମୟରେ ଲୋକମାନେ ନିୟମ ପାଳନରେ ସହଯୋଗ କରିବାକୁ ପୋଲିସ କମିଶନର ଅପିଲ୍ କରିଛନ୍ତି । ତେବେ ଏହି କଟକଣା ନମାନିଲେ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

ଏନେଇ ପୁଲିସ୍‌ କମିଶନର କହିଛନ୍ତି,  ଯେପରି ରାତି ୮ଟା ପରେ  କଟକ, ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ପାଳନ କରାଯିବା ସହ ଯାଞ୍ଚ  ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ ଅମାନିଆ  ଭୋଗିବେ ଦଣ୍ଡ । ଏଥିସହ ଦାଦାବଟିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। କିଏ ଦାଦାବଟି ଆଦାୟ କରୁଥିବାର ନଜର ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।  ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ସିପି ।

ମଣ୍ଡପରେ ମା’ଙ୍କ ପୂଜାର୍ଚ୍ଚନା ଚାଲୁଛି।

ଏଥିସହ ପାର୍ବଣ ବେଳେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ କମିଶନରେଟ ପୁଲିସ୍‌ର ସ୍କାନରରେ ରହିବେ ଅପରାଧୀ।  ଅପରାଧୀଙ୍କ ଉପରେ  କଡ଼ା ନଜର ରଖିବ କମିଶନରେଟ୍ ପୋଲିସ୍ । ଟ୍ୱିନ୍ ସିଟିରେ ପେଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସିପି ଚେତାବନୀ ଦେଇଛନ୍ତି।

କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି ସିପି। ଏଥିସହ ରେଭ୍ ପାର୍ଟିରେ ନିଶା ସେବନ ଉପରେ କଡ଼ା ନଜର ରହିବ  । ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ସିପି।

ଅପରପକ୍ଷେ,  ମଣ୍ଡପରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲାଗୁ କରାଯାଇଥିବାରୁ ଫେସବୁକ୍, ୟୁଟ୍ୟୁବ ମାଧ୍ୟମରେ ପୂଜାର ଲାଇଭ୍ ବ୍ୟବସ୍ଥା କରିଛନ୍ତି ବିଭିନ୍ନ ପୂଜା କମିଟି । ସେପଟେ ଦେବୀ ପୀଠ ଗୁଡିକରେ ମା’ଙ୍କ ସପ୍ତମୀ ପୂଜା ହେଉଛି । ଗତକାଲି କଟକ ଚଣ୍ଡୀ ଓ ଗଡ଼ଚଣ୍ଡୀ ଗାୟତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ  । ତେବେ ପ୍ରଶାସନର କରୋନା ପାଇଁ ଗତବର୍ଷ ଭଳି ଏବର୍ଷ ମଧ୍ୟ ଦଶହରା ପ୍ରସ୍ତୁତି ସମ୍ପୂର୍ଣ୍ଣ ଫିକା ହୋଇଯାଇଛି ।

The post ଆଜି ମା’ ଦୁର୍ଗାଙ୍କ ଷଷ୍ଠୀ ପୂଜା, ଲାଗୁ ହେବ ନାଇଟ୍‌ କର୍ଫ୍ୟୁ appeared first on Odisha Reporter.



from Odisha Reporter https://ift.tt/3luLz89

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages