ଦୀପାବଳି ପରେ ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ! କ’ଣ କହିଲେ ମନ୍ତ୍ରୀ, ପଢ଼ନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 31, 2021

ଦୀପାବଳି ପରେ ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ! କ’ଣ କହିଲେ ମନ୍ତ୍ରୀ, ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଖୁବ୍‌ଶୀଘ୍ର ଖୋଲିପାରେ ସ୍କୁଲ୍‌। ଦୀପାବଳି ପରେ ଯେକୌଣସି ସମୟରେ ସରକାର ଏ ସଂପର୍କରେ ନେଇ ପାରନ୍ତି ନିଷ୍ପତ୍ତି। ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ କରୋନା ତୃତୀୟ ଲହର ଆସିବା ସମ୍ଭାବନା କମି କମି ଆସିଲାଣି। ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସ୍କୁଲ୍‌ରେ ହେଉଛି। ତେଣୁ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ମଧ୍ୟ ସ୍କୁଲ୍‌ ଖୋଲିବାକୁ ସରକାର ତୁରନ୍ତ ନିଷ୍ପତ୍ତି ନେବେ। ଦୀପାବଳି ପରେ ଯେକୌଣସି ସମୟରେ ସରକାର ଏନେଇ ନିଷ୍ପତ୍ତି ନେଇପାରନ୍ତି।

ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ ଏକକାଳୀନ ପ୍ରଥମରୁ ସପ୍ତମ ଶ୍ରେଣୀ ଖୋଲିବା ଠିକ୍ ହେବନି। ତେଣୁ ପର୍ଯ୍ୟାୟକ୍ରମେ ଏଗୁଡ଼ିକୁ ଖୋଲିବାକୁ ବିଚାର କରାଯାଉଛି।

ସୂଚନାଯୋଗ୍ୟ, ଏବେ ରାଜ୍ୟରେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଯଥାକ୍ରମେ ସ୍କୁଲ୍ ତଥା କଲେଜ ଯାଉଛନ୍ତି। ଶ୍ରେଣୀ ଗୃହରେ ସେମାନଙ୍କ ପାଠପଢ଼ା ହେଉଛି। ସେହିପରି ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ମଧ୍ୟ ଶ୍ରେଣୀ ଗୃହରେ ପାଠପଢ଼ା ହେଉଛି। ନଭେମ୍ବର ପହିଲାରୁ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ମଧ୍ୟ ଶ୍ରେଣୀ ଗୃହରେ ହେବ। ସେହିଭଳି ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ନଭେମ୍ବର ୧୫ରୁ ପିଜି ପ୍ରଥମ ବର୍ଷର ପାଠପଢ଼ା ମଧ୍ୟ ଶ୍ରେଣୀ ଗୃହରୁ ଆରମ୍ଭ ହେବ।

The post ଦୀପାବଳି ପରେ ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ! କ’ଣ କହିଲେ ମନ୍ତ୍ରୀ, ପଢ଼ନ୍ତୁ appeared first on Odisha Reporter.



from Odisha Reporter https://ift.tt/3CxFMVw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages