ବିଶିଷ୍ଟ ସାହିତ୍ୟିକ ପ୍ରଫେସର ରାଜକିଶୋର ମିଶ୍ରଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 1, 2021

ବିଶିଷ୍ଟ ସାହିତ୍ୟିକ ପ୍ରଫେସର ରାଜକିଶୋର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶିଷ୍ଟ ସାହିତ୍ୟିକ ପ୍ରଫେସର ରାଜକିଶୋର ମିଶ୍ରଙ୍କ ପରଲୋକ ହୋଇଛି। ଭୁବନେଶ୍ୱର ଆଇଆରସି ଭିଲେଜସ୍ଥିତ ନିଜ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା।

ଆଜି ସକାଳେ ସେ ହଠାତ୍ ଅସୁସ୍ଥ ଅନୁଭବ କରି ପଡ଼ିଯାଇଥିଲେ। ପରେ ଏକ ଘରୋଇ ହସ୍ପିଟାଲରେ ପୁଅ, ବୋହୂ  ତାଙ୍କୁ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣ କରିଥିଲେ। ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ତାଙ୍କ ବାସଭବନକୁ ଯାଇ ତାଙ୍କର ଅନ୍ତିମ ଦର୍ଶନ କରିଛନ୍ତି।

ପୁରୀ ସ୍ୱର୍ଗଦ୍ୱାରରେ ଶେଷ କୃତ୍ୟ କରାଯିବ ବୋଲି ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଜଣେ ସୁସାହିତ୍ୟିକଭାବେ ପରିଚିତ ଥିବା ରାଜକିଶୋର ମିଶ୍ର ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଚିବ ଥିଲେ। ଏହାଛଡ଼ା ସେ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ପୂର୍ବତନ ସଂପାଦକ ମଧ୍ୟ ଥିଲେ। ଓଡିଆ, ଇଂରାଜୀ ଓ ସଂସ୍କୃତ ଭାଷାରେ ସାରସ୍ୱତ ସାଧନାରେ ସେ ନିଜର ସ୍ୱତନ୍ତ୍ର ସ୍ୱାକ୍ଷର ଛାଡ଼ି ଯାଇଛନ୍ତି।

ବିଶିଷ୍ଟ ସାହିତ୍ୟିକ ରାଜକିଶୋର ମିଶ୍ରଙ୍କ ବିୟୋଗରେ ରାଜ୍ୟପାଳ ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

 

ଓଡ଼ିଶା ରିଭ୍ୟୁର ପୂର୍ବତନ ସମ୍ପାଦକ ପ୍ରଫେସର ରାଜକିଶୋର ମିଶ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ବିଶେଷ କରି ଅନୁବାଦ ସାହିତ୍ୟ କ୍ଷେତ୍ରରେ ତାଙ୍କ ଅବଦାନ ସ୍ମରଣୀୟ ହୋଇ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

— Naveen Patnaik (@Naveen_Odisha) October 1, 2021

 

ବିଶିଷ୍ଟ ସାହିତ୍ୟିକ ଓ ଓଜସ୍ୱୀ ବକ୍ତା ପ୍ରଫେସର ରାଜକିଶୋର ମିଶ୍ରଙ୍କ ପରଲୋକରେ @PandaJay ଦୁଃଖିତ ଓ ମର୍ମାହତ ହୋଇଛନ୍ତି। ସେ ଶାରଳା ପୁରସ୍କାର ଚୟନ କମିଟି ତଥା ‘ଉତ୍କଳ ପ୍ରସଙ୍ଗ’ର ସମ୍ପାଦକ ଭାବେ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ଶ୍ରୀ ପଣ୍ଡା ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଓଁ ଶାନ୍ତି #Odisha pic.twitter.com/Uyphc9F7uj

— Baijayant Panda Odia (@Panda_Odia) October 1, 2021

 

 

The post ବିଶିଷ୍ଟ ସାହିତ୍ୟିକ ପ୍ରଫେସର ରାଜକିଶୋର ମିଶ୍ରଙ୍କ ପରଲୋକ appeared first on Odisha Reporter.



from Odisha Reporter https://ift.tt/3opa9JE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages