ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭୩ ଜଣ ୧୮ ବର୍ଷରୁ କମ୍ ବର୍ଗର ଅଛନ୍ତି।
୫୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୦ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୧୮ଟି ହେଉଛି ଲୋକାଲ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୯, ବରଗଡ଼ରୁ ୨, ଭଦ୍ରକରୁ ୬, କଟକରୁ ୬୯, ଦେବଗଡ଼ରୁ ୩, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୪, ଯାଜପୁରରୁ ୧୬, ଝାରସୁଗୁଡ଼ାରୁ ୪, କେନ୍ଦ୍ରାପଡ଼ାରୁ ୮, କୋରାପୁଟରୁ ୩, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୩୧, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨, ପୁରୀରୁ ୧୭, ସମ୍ବଲପୁରର ୧୪, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୯ ଓ ଷ୍ଟେଟ୍ ପୁଲ୍ରୁ ୫୯ ଜଣ ଅଛନ୍ତି।
ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୯୫୯କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦,୧୪,୪୧୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୫୨୮୦ ଜଣ ଚିକିତ୍ସାଧୀନ ଅଛନ୍ତି।
ସେହିଭଳି କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣଙ୍କ ସଂପର୍କରେ ସରକାର ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୧୪କୁ ବୃଦ୍ଧି ପାଇଛି।
The post ରାଜ୍ୟରେ ୫୨୮ କରୋନା ଆକ୍ରାନ୍ତ ଚିହ୍ନଟ, ୭୩ ଜଣ ଛୁଆ appeared first on Odisha Reporter.
from Odisha Reporter https://ift.tt/2YayLL4
No comments:
Post a Comment