ମାତ୍ର ୬ ବର୍ଷ ଚାକିରିରେ ୬୦ ପ୍ଲଟ୍, କୁବେର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଟିମ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 10, 2021

ମାତ୍ର ୬ ବର୍ଷ ଚାକିରିରେ ୬୦ ପ୍ଲଟ୍, କୁବେର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଟିମ୍‌

ଦେବଗଡ଼(ସିଦ୍ଧାର୍ଥ ଗୁରୁ):  ମାତ୍ର ୫ ବର୍ଷ ୧୦ ମାସର ଚାକିରି କାଳ ମଧ୍ୟରେ କନିଷ୍ଠ ଯନ୍ତ୍ରୀ ପାଲଟିଛନ୍ତି କୁବେର । ରେଗୁଲାର ହୋଇ  ନ ଥିବା ବେଳେ ଠୁଳ କରିଛନ୍ତି ଅଚାଳଚଳ ସମ୍ପତ୍ତି । କେବଳ ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ରହିଛି ୬୦ଟି ପ୍ଲଟ।  ଚାକିରି ଜୀବନର ପ୍ରଥମ ପାହାଚରେ ପାଦ ଦେଉ ଦେଉ ଏପରି ଅମାପ ସମ୍ପତ୍ତିର ମାଲିକ ହେବାରେ ସକ୍ଷମ ହୋଇଛନ୍ତି ଦେବଗଡ଼ ଜିଲ୍ଲା ତିଳେଇବଣି ବ୍ଳକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରା । ବିକାଶଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବରୁ ଅଭିଯୋଗ ହୋଇଥିବା ବେଳେ ଆଜି ଚଢ଼ାଉ ବେଳେ ଭିଜିଲାନ୍ସ ଅଧିକାରୀଙ୍କ ଆଖି ଖୋସି ହୋଇଯାଇଛି ।

ଆଜି  ଭୋର ପ୍ରାୟ ୫ଟା ସମୟରେ ବିକାଶଙ୍କ ବଳମସ୍ଥିତ ବାସଭବନ ଏବଂ କଣ୍ଢଳ ସ୍ଥିତ ଶ୍ୱଶୁର ଘରେ ଆଜି ସକାଳୁ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। ଭିଜିଲାନ୍ସ ଡିଏସପି ବିରେନ୍ଦ୍ର ନାୟକଙ୍କ ନେତୃତ୍ୱରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ରାଉକେଲା ଓ ଦେବଗଡ଼ ଜିଲ୍ଲାର ଭିଜିଲାନ୍ସ ଟିମ୍ ଏହି ଚଢ଼ଉରେ ସାମିଲ ହୋଇଛନ୍ତି। ଚଢ଼ଉ ବେଳେ ତାଙ୍କ ଘରୁ କିଛି ଜମିଜମା କାଗଜପତ୍ର ଓ  ନଗଦ ୪ ଲକ୍ଷ ଟଙ୍କା ଓ  ସୁନାଗହଣା ଜବତ କରାଯାଇଛି। ଏହାସହ ତାଙ୍କ ଘରୁ ଏକ ବୋଲେରୋ ଓ ବୁଲେଟ ଗାଡ଼ି ଜବତ  ହୋଇଛି । ବିକାଶଙ୍କର ବଳମରେ ଦୁଇ ମହଲା କୋଠା ରହିଛି।

ବିକାଶ  ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ପୂର୍ବରୁ  ହୋଇଥିବା ଅଭିଯୋଗ ଆଧାରରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ଉ କରାଯାଇଛି।

The post ମାତ୍ର ୬ ବର୍ଷ ଚାକିରିରେ ୬୦ ପ୍ଲଟ୍, କୁବେର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଟିମ୍‌ appeared first on Odisha Reporter.



from Odisha Reporter https://ift.tt/3BqoB7H

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages