କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କାରକୁ ଅଣ୍ଡା ଓ କାଳିମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 30, 2021

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କାରକୁ ଅଣ୍ଡା ଓ କାଳିମାଡ଼

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ପ୍ରଦେଶର ଲଖିମପୁର ଖେରି ଘଟଣା ପରେ ବିବାଦୀୟ ହୋଇପଡ଼ିଥିବା କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର ଆଜି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ତାଙ୍କୁ ଜୋରଦାର ବିରୋଧ କରିଛି କଂଗ୍ରେସ।

ଦଳ ପକ୍ଷରୁ ଭୁବନେଶ୍ୱର ବିମାନବନ୍ଦର ଛକରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କାର୍‌ ଉପରକୁ ଅଣ୍ଡା ଓ କାଳିମାଡ଼ କରାଯାଇଥିଲା। ଏହା ସହିତ କଳା ପତାକା ଦେଖାଇ ତାଙ୍କୁ ବିରୋଧ କରାଯାଇଥିଲା । ଏହା ପରେ ମନ୍ତ୍ରୀଙ୍କୁ ବିରୋଧ କରି ଧାରଣା ଦେଇଥିବା ଶତାଧିକ କଂଗ୍ରେସ କର୍ମୀଙ୍କୁ ପୁଲିସ୍ ଅଟକ ରଖିଛି।

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଆଜି ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଥିବା ଅବସରରେ ତାଙ୍କୁ ଏଠାରେ କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି।

ଲାଲ୍ ଟୋପି ପିନ୍ଧିଥିବା ବ୍ୟକ୍ତି ଜଣଙ୍କ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡା ଫିଙ୍ଗୁଛନ୍ତି

ସୂଚନାଯୋଗ୍ୟ, ଅକ୍ଟୋବର ୩ରେ ଲଖିମପୁର ଖେରିରେ ଚାଷୀମାନେ ଆନ୍ଦୋଳନ କରୁଥିଲେ। ଏହି ସମୟରେ ଗୋଟିଏ ମହିନ୍ଦ୍ରା ଥର ଜିପ୍‌ ସେମାନଙ୍କ ଉପରେ ମାଡ଼ି ଯାଇଥିଲା। ଏଥିରେ ୪ ଜଣ ଚାଷୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏହାପରେ ହୋଇଥିବା ହିଂସାରେ ଆଉ ୪ ଜଣଙ୍କ ଜୀବନ ଯାଇଥିଲା। ଏହି ଘଟଣାରେ ସଂପୃକ୍ତି ନେଇ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ର ଗିରଫ ହୋଇଛନ୍ତି। ତାଙ୍କ ସହିତ ଆହୁରି ୧୦ରୁ ଅଧିକ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଯେଉଁ ଜିପ୍ ଚାଷୀମାନଙ୍କ ଉପରେ ମାଡ଼ି ଯାଇଥିଲା ସେଥିରେ ଆଶିଷ ବସିଥିଲେ ବୋଲି ଅଭିଯୋଗ ହୋଇଛି।

The post କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କାରକୁ ଅଣ୍ଡା ଓ କାଳିମାଡ଼ appeared first on Odisha Reporter.



from Odisha Reporter https://ift.tt/3q7EvRN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages