ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୧୬ ଓ ୧୭ ତାରିଖରେ ହୋଇପାରେ ପ୍ରବଳ ବର୍ଷା। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଦିଆଯାଇଛି ଏହି ସୂଚନା।
ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଆଉ ଏହା ପ୍ରଭାବରେ ୧୬ ଓ ୧୭ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ #ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି | ଯାହା ଆଗାମୀ #୨୪ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି #ଦକ୍ଷିଣଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି | ପ୍ରଭାବରେ ରାଜ୍ୟରେ #୧୬ଏବଂ #୧୭ରେ କିଛି ଜିଲ୍ଲାରେ #ପ୍ରବଳବର୍ଷା ସମ୍ଭାବନା pic.twitter.com/nRDHTFMqoQ
— Meteorological Centre, Bhubaneswar (@mcbbsr) October 14, 2021
The post ଲଘୁଚାପ କ୍ଷେତ୍ର ସୃଷ୍ଟି; ୧୬ ଓ ୧୭ରେ କିଛି ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା appeared first on Odisha Reporter.
from Odisha Reporter https://ift.tt/3ACiyvv
No comments:
Post a Comment