ଆସନ୍ତାକାଲି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୧୬ ଓ ୧୭ରେ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 12, 2021

ଆସନ୍ତାକାଲି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୧୬ ଓ ୧୭ରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବ। ଏହା ପ୍ରଭାବରେ ଆସନ୍ତାକାଲି ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଭୁବେନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଲଘୁଚାପ କ୍ଷେତ୍ରଟି ଧିରେ ଧିରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧୬ ଓ ୧୭ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି।

ଶ୍ରୀ ଦାସ ଆହୁରି କହିଛନ୍ତି, ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ଏବେ ଏହା ତାମିଲନାଡୁ ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ସକ୍ରିୟ ରହିଛି। ସେହି ଅଞ୍ଚଳରୁ ଗୋଟିଏ ଟ୍ରପ ଲାଇନ୍ ଓଡ଼ିଶା ଯାଏ ଲମ୍ବିଥିବାରୁ ଏହା ପ୍ରଭାବରେ ଆମ ରାଜ୍ୟରେ ବର୍ଷା ହେଉଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ମେଘୁଆ ପାଗ ଲାଗି ରହିଛି। ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ଓ ଛତ୍ରପୁରରେ ଗତ ୨୪ ଘଣ୍ଟାରେ ଅଧିକ ବର୍ଷା ହୋଇଛି।

The post ଆସନ୍ତାକାଲି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୧୬ ଓ ୧୭ରେ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3F46tlo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages