କାଲି ବିଜେଡିରେ ମିଶିବେ ପ୍ରଦୀପ ମାଝି, ଭର୍ଚୁଆଲ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 5, 2021

କାଲି ବିଜେଡିରେ ମିଶିବେ ପ୍ରଦୀପ ମାଝି, ଭର୍ଚୁଆଲ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବିଜେଡିରେ ଯୋଗ ଦେବେ ନବରଙ୍ଗପୁରର ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ ।  ଆସନ୍ତାକାଲି ନବରଙ୍ଗପୁରରେ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଦୀପ । କିଛି ବରିଷ୍ଠ କଂଗ୍ରେସ ନେତା ଓ କର୍ମୀ ବି ଏହି ଅବସରରେ ବିଜେଡିରେ ସାମିଲ ହେବା ନେଇ ଯୋଜନା ରହିଛି ।

ଏହି ମିଶ୍ରଣ ପର୍ବରେ  ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଉଥିବା ବେଳେ ବିଜେଡିର କିଛି ବରିଷ୍ଠ ନେତା ଓ ମନ୍ତ୍ରୀ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି ।

ଗତମାସ କଂଗ୍ରେସରୁ ଇସ୍ତଫା ଦେଇଥିବା ପ୍ରଦୀପ ବିଜେଡିରେ ଯୋଗ ଦେବା ନେଇ ଆନୁଷ୍ଠାନିକ ଭାବେ ଘୋଷଣା ବି କରିଥିଲେ । ଦକ୍ଷିଣାଞ୍ଚଳର ବିକାଶ ଲାଗି ସେ କଂଗ୍ରେସରୁ ଇସ୍ତଫା ଦେଇଥିବା କହିଥିଲେ ।  ତାଙ୍କ ସହ କଂଗ୍ରେସର କିଛି ବରିଷ୍ଠ ବିିଧାୟକ ବି ଦଳ ଛାଡ଼ିଥିଲେ ।

ସୂଚନାଯୋଗ୍ୟ, ରାଜ୍ୟରେ କଂଗ୍ରେସ ସଂଗଠନ ଦିନକୁ ଦିନ ତଳକୁ ତଳ ଯାଉଥିବାବେଳେ ଶ୍ରୀ ମାଝୀ ଦଳ ଛାଡ଼ିବା ପ୍ରାୟତଃ ଏକପ୍ରକାର ନିଶ୍ଚିତ ବୋଲି ପୂର୍ବରୁ ଇସାରା ଦେଇ ସାରିଥିଲେ। ଏହାବାଦ ନବରଙ୍ଗପୁର ସମେତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବିଜେଡି ପାଖରେ ଜଣେ ଦକ୍ଷ ଆଦିବାସୀ ନେତା ନଥିବାରୁ ଦଳ ଏବେ ଶ୍ରୀ ମାଝୀଙ୍କ ଉପରେ ଭରସା କରିବାକୁ ଯୋଜନା ରଖିଛି । ଶ୍ରୀ ମାଝୀ ରାଜ୍ୟ ଯୁବ କଂଗ୍ରେସ ସଭାପତି ଭାବେ ୨୦୦୯ରୁ ୨୦୧୧ ଓ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସ ସାଂସଦ ଭାବେ ନବରଙ୍ଗପୁରରୁ ନିର୍ବାଚିତ ହୋଇଥିଲେ । ତା’ପୂର୍ବରୁ ସେ ନବରଙ୍ଗପୁର ଜିଲ୍ଲା ପରିଷଦ ସଭାପତି ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ପଂଚାୟତ ନିର୍ବାଚନରେ ଆଦିବାସୀ ଭୋଟରଙ୍କୁ ଆକୃଷ୍ଟ କରିବା ତଥା ପଶ୍ଚିମ ଓଡ଼ିଶାରେ ନିଜର ଭୋଟ ବ୍ୟାଙ୍କକୁ ସୁଦୃଢ଼ କରିବା ପାଇଁ ବିଜେଡି ଏବେ ଶ୍ରୀ ମାଝିଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରିବ ବୋଲି ଜଣାଯାଇଛି।

The post କାଲି ବିଜେଡିରେ ମିଶିବେ ପ୍ରଦୀପ ମାଝି, ଭର୍ଚୁଆଲ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ appeared first on Odisha Reporter.



from Odisha Reporter https://ift.tt/3ET1293

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages