ଭିମସାର ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ୭୪କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 29, 2021

ଭିମସାର ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ୭୪କୁ ବୃଦ୍ଧି

ସମ୍ବଲପୁର( ଓଡ଼ିଶା ରିପୋର୍ଟର): ବୁର୍ଲା ଭିମସାରରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ। ଗତକାଲିର ସ୍ୱାବ୍ ପରୀକ୍ଷଣରୁ ‌ଆଉ ୧୦ଜଣ କୋଭିଡ୍ ‌ଆକ୍ରାନ୍ତ ଚିହ୍ନଟ ହେବା ପରେ ୭୪ରେ ପହଞ୍ଚିଛି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ହୋଇଥିବା ପରୀକ୍ଷଣରୁ ୯ଜଣ ଛାତ୍ର ଓ ଜଣେ କର୍ମଚାରୀ ପଜିଟିଭ୍ ବାହାରିଥିବା ଭିମସାର ଡିନ୍ ପ୍ରଫେସର ଜୟଶ୍ରୀ ଦୋରା ସୂଚନା ଦେଇଛନ୍ତି। ଭିମସାରରେ ସଂକ୍ରମଣରେ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ତାହା ଏବେ ଚିନ୍ତାର କାରଣ ପାଲଟିଛି।

ସୂଚନାଯୋଗ୍ୟ, ଭିମସାରରେ କିଛି ଡାକ୍ତରୀ ଛାତ୍ରଛାତ୍ରୀ କରୋନା ପଜିଟିଭ  ଚିହ୍ନଟ ହେବା ପରେ ୯ଟି ହଷ୍ଟେଲ ସମେତ ଷ୍ଟାଫଙ୍କ ସରକାରୀ ଘରଗୁଡ଼ିକୁ ଯଥାକ୍ରମେ ମାଇକ୍ରୋ କଣ୍ଟେନମେଣ୍ଟ ଓ ବଫର ଜୋନ୍‌ ଭାବେ ଘୋଷଣା କରିଥିଲା ଜିଲ୍ଲା ପ୍ରଶାସନ। ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ବୁର୍ଲା ସହରର ୬ ନମ୍ବର ଓ୍ୱାର୍ଡରେ ଥିବା ୫ଟି ହଷ୍ଟେଲକୁ ମାଇକ୍ରୋ କଣ୍ଟେନମେଣ୍ଟ ଭାବେ ଘୋଷଣା କରାଯାଇଥିଲା। ସେହିପରି ସେହି ଅଞ୍ଚଳରେ ଥିବା ଅନ୍ୟ ୪ଟି ହଷ୍ଟେଲ ସମେତ ପାଖରେ ଥିବା ଷ୍ଟାଫ୍‌ମାନଙ୍କ ସରକାରୀ ଘରଗୁଡ଼ିକୁ ବଫର ଜୋନ୍‌ ଭାବେ ଘୋଷଣା କରାଯାଇଥିଲା।

 

The post ଭିମସାର ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ୭୪କୁ ବୃଦ୍ଧି appeared first on Odisha Reporter.



from Odisha Reporter https://ift.tt/3lht1Yj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages