ମେଷ: ବନ୍ଧୁଙ୍କ ସାହାଯ୍ୟ ପାଇ ଖୁସି ହେବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ପାଇବା ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ।
ବୃଷ: ଆଜି କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୁର୍ଘଟଣା ଘଟିପାରେ, ସତର୍କ ରୁହନ୍ତୁ।
ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହେବ। ଶୁଭ ଫଳ ମିଳିବ।
କର୍କଟ: ଘରକୁ ଅତିଥି ଆସିପାରନ୍ତି। ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିବେ।
ସିଂହ: କର୍ମକ୍ଷେତ୍ରରେ ଆପଣଙ୍କ ପରାମର୍ଶ ଅନ୍ୟମାନଙ୍କ କାମରେ ଲାଗିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ଲୋକଙ୍କ ସହ ଆଲୋଚନା କରନ୍ତୁ।
କନ୍ୟା: ଧନପ୍ରାପ୍ତିର ଯୋଗ ରହିଛି। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ଶରୀର ସୁସ୍ଥ ରହିବ। କଠିନ ପରିଶ୍ରମ କରିବେ।
ତୁଳା: ବହୁଦିନର ଅଟକି ରହିଥିବା କାର୍ଯ୍ୟ ଆଜି ସମ୍ପର୍ଣ୍ଣ ହେବ। ନିକଟ ସମ୍ପର୍କୀୟମାନଙ୍କ ସହିତ ମଧୁର ସମ୍ପର୍କ ରହିବ। ଦାମ୍ପତ୍ୟ କଳହର ଅବସାନ ଘଟିବ।
ବିଛା: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କ୍ରୀଡା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିବେ। ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ।
ଧନୁ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।
ମକର: ଆଜି ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ।ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ।
କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ସୁସ୍ୱାଦୁ ଭୋଜନ କରିବେ।
ମୀନ: ଆଜି ଦିନଟି ଭଲରେ କଟିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ।ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।
The post ୧ ଡିସେମ୍ବର,ବୁଧବାର; ଧନପ୍ରାପ୍ତିର ଯୋଗ ରହିଛି appeared first on Odisha Reporter.
from Odisha Reporter https://ift.tt/3locfH0
No comments:
Post a Comment