ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସକ୍ରିୟ ହେବା ଫଳରେ ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ରହିବାର ସମ୍ଭାବନା ରହିଛି। ଏହାସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଏହାସହ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦିନ ହେବ ପାଗ ଶୁଖିଲା ରହିଛି। ହେଲେ ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଅଏହା ସହ କିଛି ସ୍ଥାନରେ କୁହୁଡି ପଡ଼ିଥିବା ଦେଖିବାକୁ ମିଳିଛି। ଦାରିଙ୍ଗିବାଡିରେ ଅଧିକ ଶୀତ ଅନୁଭୂତ ହେଉଛି।
ଦକ୍ଷିଣ ବଙ୍ଗୋପସାଗର ରେ ସକ୍ରିୟ ଅବପାତ ପ୍ରଭାବରେ
ଆଜିଠାରୁ ଦକ୍ଷିଣ ଆଭ୍ୟନ୍ତରୀଣ ତଥା ଉପକୂଳ ଓଡିଶାର କିଛି ଜିଲ୍ଲାରେ ପାଗ ମେଘୁଆ ରହିବାର ସମ୍ଭାବନା
ରାତ୍ରି ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ପାଇଵାର ସମ୍ଭାବନା
ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା pic.twitter.com/LpmnjAWTCd
— Meteorological Centre, Bhubaneswar (@mcbbsr) November 11, 2021
The post ସକ୍ରିୟ ହେଲା ଅବପାତ,ଏହି ସବୁ ସ୍ଥାନରେ ବର୍ଷିବ appeared first on Odisha Reporter.
from Odisha Reporter https://ift.tt/3ktpFBf
No comments:
Post a Comment