ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂଆ ବିଚାରପତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 5, 2021

ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂଆ ବିଚାରପତି

କଟକ(ଓଡ଼ିଶା ରିପୋର୍ଟର): ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର।। ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଜଷ୍ଟିସ ମହାପାତ୍ରଙ୍କୁ ଶପଥ ପାଠ କରାଇଛନ୍ତି। ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆଜି ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା, ପୁଲିସ ଡିଜି ଓ ପୁଲିସ କମିଶନରଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ।

ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ୧୯୮୪ ମସିହାରେ ରେଭେନ୍ସା କଲଜିଏଟ ସ୍କୁଲରୁ ମାଟ୍ରିକ ପାସ କରିବା ପରେ ରେଭେନ୍ସା ମହାବିଦ୍ୟାଳୟରୁ ଉଚ୍ଚଶିକ୍ଷା ଶେଷ କରିଥିଲେ। ଏହାପରେ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଏଲଏଲବି କରିବା ପରେ ୧୯୯୫ରେ ରାଜ୍ୟ ଆଇନଜୀବୀ ପରିଷଦରେ ଆଇନଜୀବୀ ଭାବେ ପଞ୍ଜିକୃତ ହୋଇଥିଲେ। ସେହି ବର୍ଷରୁ ସେ ଓଡିଶା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ।

ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଶପଥ ନେବା ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୮ ରେ ପହଞ୍ଚିଛି।

The post ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂଆ ବିଚାରପତି appeared first on Odisha Reporter.



from Odisha Reporter https://ift.tt/3bHrKET

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages