ମାଲକାନଗିରି (ଓଡ଼ିଶା ରିପୋର୍ଟର): ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକର ଏମଭି ୩୭ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଦୀପକ ବିଶ୍ୱାସ ଓ ତାଙ୍କ ସ୍ତ୍ରୀ ସିପ୍ରା ବିଶ୍ୱାସ।
ଦୀପକ ଓ ସିପ୍ରା ବାଇକ୍ ଯୋଗେ ବାଲିମେଳା ଯାଉଥିଲେ। ଏହି ସମୟରେ ସାମ୍ନା ପଟୁ ଆସୁଥିବା ଏକ ଅଟା ବୋଝେଇ ଟ୍ରକ୍ ସହ ସେମାନଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା।
ବାଇକ୍କୁ ଧକ୍କା ଦେବା ପରେ ଟ୍ରକ୍ଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଟ୍ରକ୍ ଡ୍ରାଇଭର ଓର୍କେଲ ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ଏହା ସହ ପୁଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଜବତ କରିଛି। ଟ୍ରକ୍ ଡ୍ରାଇଭରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
The post ଟ୍ରକ୍ ଓ ବାଇକ୍ ମୁହାଁମୁହିଁ ଧକ୍କା, ଦୁଇ ମୃତ appeared first on Odisha Reporter.
from Odisha Reporter https://ift.tt/3BSMap5
No comments:
Post a Comment