ଭାଟ କମାଇଲେ ରାଜ୍ୟ ସରକାର, ଲାଗୁ ହେଲା ନୂଆ ଦର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 5, 2021

ଭାଟ କମାଇଲେ ରାଜ୍ୟ ସରକାର, ଲାଗୁ ହେଲା ନୂଆ ଦର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ କମାଇଲେ ରାଜ୍ୟ ସରକାର । ଏହା ଆଜିଠାରୁ ଲାଗୁ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

ପେଟ୍ରୋଲ ଓ ଡିଜେଲ ଉପରୁ ୪ ପ୍ରତିଶତ ଲେଖାଏଁ କମିଛି ଭାଟ୍ । ବର୍ତ୍ତମାନ ପେଟ୍ରୋଲରୁ ୨୮ ପ୍ରତିଶତ, ଡିଜେଲରୁ ୨୪ ପ୍ରତିଶତ ଭାଟ୍ ନେବେ ରାଜ୍ୟ ସରକାର । ପୂର୍ବରୁ ପେଟ୍ରୋଲରେ ୩୨% ଓ ଡିଜେଲରେ ୨୮% ଭାଟ ଲାଗୁଥିଲା  । ସଂଶୋଧିତ ଭାଟ୍ ଅନୁଯାୟୀ, ପେଟ୍ରୋଲ ଲିଟର ପିଛା ୩ ଟଙ୍କା ୪ ପଇସା ଏବଂ ଡିଜେଲ ଲିଟର ପିଛା ୨ ଟଙ୍କା ୮୬ ପଇସା କମିବ ।

ଏହି ଆଧାରରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୧ ଟଙ୍କା ୮୦ ପଇସା ଏବଂ ଡିଜେଲ ଲିଟର ପିଛା ୯୧ ଟଙ୍କା ୬୩ ପଇସାରେ ପହଞ୍ଚିଛି । ସେହିପରି ମାଲକାନଗିରିରେ ପେଟ୍ରୋଲ ଲିଟର ୧୦୭ ଟଙ୍କା ୫୫ ପଇସା ଓ ଡିଜେଲ୍ ୯୭ ଟଙ୍କା ୧୭ ପଇସାରେ ପହଞ୍ଚିଛି । ଆଗରୁ କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିଥିଲେ । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଟିକସ କମ୍ କରିବା ଫଳରେ ପେଟ୍ରୋଲ ଓ ଡିଜେଲ ଦାମ କମିଛି ।

The post ଭାଟ କମାଇଲେ ରାଜ୍ୟ ସରକାର, ଲାଗୁ ହେଲା ନୂଆ ଦର appeared first on Odisha Reporter.



from Odisha Reporter https://ift.tt/3o6iKPm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages