ପ୍ରକାଶ ପାଇଲା ଯୁକ୍ତ ଦୁଇ ଅଫ୍‌ଲାଇନ୍‌ ପରୀକ୍ଷା ଫଳ, ପାସ୍ ହାର ୬୮.୬୬% - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 19, 2021

ପ୍ରକାଶ ପାଇଲା ଯୁକ୍ତ ଦୁଇ ଅଫ୍‌ଲାଇନ୍‌ ପରୀକ୍ଷା ଫଳ, ପାସ୍ ହାର ୬୮.୬୬%

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରକାଶ ପାଇଲା ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷା ଫଳ। ଅଫ୍‌ଲାଇନରେ ୧୨ ହଜାର ୩୨୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୮ ହଜାର ୪୬୦ ଜଣ ପାସ୍ କରିଛନ୍ତି।  ପାସ୍ ହାର ୬୮.୬୬ ପ୍ରତିଶତ ରହିଛି।

କଳାରେ ୬ ହଜାର ୩୧୦ଜଣ ଛାତ୍ରଛାତ୍ରୀ ପାସ କରିଥିବା ବେଳେ ବାଣିଜ୍ୟରେ ୪୨୨, ବିଜ୍ଞାନରେ ୧୫୦୧ ଓ ଧନ୍ଦାମୂଳକରେ ୨୨୭ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ପରୀକ୍ଷାରେ ଛାତ୍ର ମାନଙ୍କ ପାସ୍ ହାର ୬୨.୭ ପ୍ରତିଶତ ଥିବା ବେଳେ ଛାତ୍ରୀଙ୍କ ପାସ୍ ହାର ୬୭.୭୬ ପ୍ରତିଶତ ରହିଛି।

ଗତକାଲି ସଂଧ୍ୟାରେ ଏହି ରେଜଲ୍ଟ ପ୍ରକାଶ ପାଇବାର ଥିଲା। କିନ୍ତୁ କୌଣସି କାରଣ ପାଇଁ ବାହାରି ପାରିନଥିଲା।  ଆଜି ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷା ଫଳ ବାହାରିବା ନେଇ ଗଣଣିକ୍ଷା ମନ୍ତ୍ରୀ ସୂଚନା ଦେଇଥିଲେ।

ଯୁକ୍ତ ଦୁଇ ଅଫ୍‌ଲାଇନ୍ ପରୀକ୍ଷା ଅକ୍ଟୋବର ୧ରୁ ଆରମ୍ଭ ହୋଇ ୧୧ ତାରିଖରେ ସରିଥିଲା। ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ।୧୩,୦୪୩ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଆବେଦନ କରିଥିଲେ। ୨ଟି ଇଲେକ୍ଟିଭ୍‌ ସବ୍‌ଜେକ୍ଟ ଓ ମାତୃଭାଷାରେ ପରୀକ୍ଷା ହୋଇଥିଲା।

ସୂଚନାଯୋଗ୍ୟ, ଜୁଲାଇ ୩୧ ତାରିଖରେ ପ୍ରକାଶ ପାଇଥିଲା ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ। ଚଳିତବର୍ଷ ବିଜ୍ଞାନରେ ମୋଟ୍‌ ୮୯ ହଜାର ୯୫୧ ପିଲା ପାସ୍ କରିଥିବା ବେଳେ ୫୫୪୬୮ ପିଲା ପ୍ରଥମ ଶ୍ରେଣୀ, ୧୬୯୪୩ ଦ୍ୱିତୀୟ ଶ୍ରେଣୀରେ ଓ ୧୪୬୩୧ ତୃତୀୟ ଶ୍ରେଣୀରେ ପାସ୍‌ କରିଥିଲେ। ବିଜ୍ଞାନରେ ରେଗୁଲାର ପାସ୍ ହାର ୯୯.୮୮% ରହିଛି। ସେହିପରି ବାଣିଜ୍ୟରେ ୯୪.୯୬ ପ୍ରତିଶତ ପାସ୍ କରିଥିବା ବେଳେ ବାଣିଜ୍ୟ ରେଗୁଲାର ପାସ୍ ହାର ୯୯.୯୫% ରହିଛି। ବାଣିଜ୍ୟରେ ପ୍ରଥମ ଶ୍ରେଣୀରେ ପାସ୍ ୮ ହଜାର ୩୫୫ ପାସ୍‌ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ପାସ୍ ୫ ହଜାର ୬୯୨ ଓ ତୃତୀୟ ଶ୍ରେଣୀରେ ପାସ୍ ୯୦୬୬ ଜଣ ପିଲା।

ପରୀକ୍ଷା ନଦେଇ ପିଲାମାନଙ୍କ ରେଜଲ୍‌ଟ ପ୍ରକାଶ ପାଇଥିଲା। ଏହାକୁ ନେଇ କେତେକ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଛାତ୍ରଛାତ୍ରୀଙ୍କ ମନରେ ଥିବା ଅସନ୍ତୋଷ ଦୂର କରିବା ପାଇଁ ଅଫ୍‌ଲାଇନ୍‌ ପରୀକ୍ଷା କରିବାକୁ ନିଷ୍ପତ୍ତି ହୋଇଥିଲା।

The post ପ୍ରକାଶ ପାଇଲା ଯୁକ୍ତ ଦୁଇ ଅଫ୍‌ଲାଇନ୍‌ ପରୀକ୍ଷା ଫଳ, ପାସ୍ ହାର ୬୮.୬୬% appeared first on Odisha Reporter.



from Odisha Reporter https://ift.tt/3cMbS4J

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages