ଆସନ୍ତାକାଲିଠାରୁ ଏହି ସବୁ ଜିଲ୍ଲାରେ ଛେଚିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 19, 2021

ଆସନ୍ତାକାଲିଠାରୁ ଏହି ସବୁ ଜିଲ୍ଲାରେ ଛେଚିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଭ୍ୟନ୍ତରୀଣ ତାମିଲନାଡୁ ତଥା ପାର୍ଶ୍ୱବର୍ତ୍ତୀ ରୟାଲସୀମାରୁ ଉପକୂଳ ଆନ୍ଧ୍ରପ୍ରଦେଶ ଦେଇ ଆଭ୍ୟନ୍ତରୀଣ ଓଡ଼ିଶା ଯାଏ ସମୁଦ୍ର ପତ୍ତନଠାରୁ ୧.୫କିମି ଉପରେ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ କିଛି ଜିଲ୍ଲାରେ ହାଲୁକା ବର୍ଷା ଲାଗି ରହି ରହିଛି। ଆସନ୍ତାକାଲି ଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗର ସୂଚନା ଅନୁସାରେ, ରାଜ୍ୟରେ ଆହୁରି ଦୁଇରୁ ତିନି ଦିନ ପର୍ଯ୍ୟନ୍ତ କୋହଲା ପାଗ ଲାଗି ରହିବ। ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଏହାସହ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ  ବଢିବାର  ସମ୍ଭାବନା ରହିଛି।  ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ଶୀତ ଅନୁଭୂତ ହେବ  ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

The post ଆସନ୍ତାକାଲିଠାରୁ ଏହି ସବୁ ଜିଲ୍ଲାରେ ଛେଚିବ appeared first on Odisha Reporter.



from Odisha Reporter https://ift.tt/3cAQQFK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages