ପୁଲିସ ଗୁଳିରେ ଟଳିଲେ ତିନି ମହିଳା ନକ୍ସଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 1, 2021

ପୁଲିସ ଗୁଳିରେ ଟଳିଲେ ତିନି ମହିଳା ନକ୍ସଲ

ଜୟପୁର (ଟି ଗୌରି ଶଙ୍କର): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଦନ୍ତେଓ୍ୱାଡ଼ାରେ ମୁହାଁମୁହିଁ ହୋଇଛନ୍ତି ନକ୍ସଲ ଓ ପୁଲିସ୍‌। ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଚାଲିଥିବା ବେଳେ ପୁଲିସ ଗୁଳିରେ ୩ ଜଣ ନକ୍ସଲ ନିହତ ହୋଇଛନ୍ତି। ମୃତ ୩ ନକ୍ସଲ  ମହିଳା ବୋଲି ଜଣାପଡ଼ିଛି। ସେମାନେ ହେଲେ କଟେ କଲ୍ୟାଣ, ରାଜେ ମୁଚାକି ଓ ଗୀତା ମାର୍କମ।
ରାଜେ ମୁଚାକି ନକ୍ସଲ ସଂଗଠନର ସଦସ୍ୟ ଥିବା ବେଳେ ତାଙ୍କ ନାଁରେ ଛତିଶଗଡ଼ ସରକାର ପକ୍ଷରୁ ୫ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲା। ସେହିପରି ଗୀତା ମାର୍କମ କେ.ଏ.ଏମ.ସି ସଂଗଠନର ମୁଖ୍ୟ ଥିଲେ। ତାଙ୍କ ନାଁରେ ମଧ୍ୟ ୫ ଲକ୍ଷ ଟଙ୍କାର ପୁରସ୍କାର ଥିଲା। ଘଟଣାସ୍ଥଳରୁ ନକ୍ସଲଙ୍କ ମୃତଦେହ ସମେତ ବନ୍ଧୁକ ଓ  ନକ୍ସଲ ବ୍ୟବହୃତ ସାମଗ୍ରୀ ଜବତ  କରାଯାଇଛି।

ସୂଚନା ଅନୁଯାୟୀ, ଗତକାଲି ଅଦିବଲ ଓ କୁଞ୍ଜରସ ଜଙ୍ଗଲରେ ପୁଲିସ କର୍ମୀମାନେ ସର୍ଚ୍ଚ ଅପରେସନ କରୁଥିଲେ। ଏହି ସମୟରେ ସୁରକ୍ଷାକର୍ମୀ ପକ୍ଷରୁ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ସହିତ ସେମାନଙ୍କର ମୁହାଁମୁହିଁ ହୋଇଥିଲା। ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ  ତିନି ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିଲା।

The post ପୁଲିସ ଗୁଳିରେ ଟଳିଲେ ତିନି ମହିଳା ନକ୍ସଲ appeared first on Odisha Reporter.



from Odisha Reporter https://ift.tt/3byLjis

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages