୬ ନଭେମ୍ବର ଶନିବାର: ଶତ୍ରୁ ପାଖ ମାଡ଼ିବେ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 5, 2021

୬ ନଭେମ୍ବର ଶନିବାର: ଶତ୍ରୁ ପାଖ ମାଡ଼ିବେ ନାହିଁ

ମେଷ: ବନ୍ଧୁମାନେ ସହଯୋଗର ହାତ ବଢ଼ାଇବେ। କିଛି ନୂଆ ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତ କରିବେ। ପରିବାରର କେତେକ ସମସ୍ୟା ନେଇ ଚିନ୍ତିତ ରହିବେ।

ବୃଷ: ସମସ୍ୟାର ସମାଧାନ ହୋଇଯିବ। କାର୍ଯ୍ୟକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ସବୁ କାର୍ଯ୍ୟରେ ସତର୍କତା ଅବଲମ୍ବନ କରନ୍ତୁ।

ମିଥୁନ: ପରିବହନ କ୍ଷେତ୍ରରେ ଦେଖାଯାଇଥିବା ସମସ୍ୟାର ସମାଧାନ ହେବ। ଘରେ ରହିବେ ଓ ପରିବାର ଲୋକଙ୍କ ସହିତ ଆନନ୍ଦରେ ଦିନଟି ଅତିବାହିତ କରିବେ।

କର୍କଟ: ଶତ୍ରୁମାନେ ପାଖ ମାଡ଼ିବେ ନାହିଁ। ଧନଲାଭ ହୋଇପାରେ। ଯଦି କୌଣସି ନୂତନ ଯୋଜନା କାର୍ଯ୍ୟକାରୀ କରିବାକୁ ଚାହୁଁଛନ୍ତି, ତା’ହେଲେ ସେଥିରେ ଆଗେଇ ଯା’ନ୍ତୁ।

ସିଂହ: ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ମାନସମ୍ମାନ ବଢ଼ିବ। କୌଣସି ଶୁଭ ଖବର ମିଳିପାରେ। ଟିକେ ଚେଷ୍ଟା କଲେ କାହାକୁ ଦେଇଥିବା ଅର୍ଥ ମିଳିଯିବ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ବିରୋଧୀମାନେ ଦୂରେଇ ରହିବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନ ଦେବେ।

ତୁଳା: ଅଶାନ୍ତିରୁ ମୁକ୍ତି ପାଇବେ। ହାତକୁ ନେଇଥିବା କାର୍ଯ୍ୟ ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ। କାର୍ଯ୍ୟବ୍ୟସ୍ତତା ଯୋଗୁ ଛୋଟ ଛୋଟ କାମକୁ ବୁଝି ବିଚାରି ନକଲେ ଅକଳରେ ପଡ଼ିବେ।

ବିଚ୍ଛା: ବ୍ୟବସାୟ କ୍ଷେତ୍ରରେ ଯୋଜନା ଗୁଡ଼ିକୁ ସଠିକ ଭାବରେ କାର୍ଯ୍ୟକାରୀ କରିବାକୁ ସକ୍ଷମ ହେବେ। ଯାନବାହନରେ ତ୍ରୁଟି ଦେଖା ଦେଇପାରେ।

ଧନୁ: ଅର୍ଥଲାଭ ହେବ। ମାନସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପଦୋନ୍ନତିର ସୂଚନା ପାଇବେ।

ମକର: ପାରିବାରିକ ଜୀବନ ଭଲ ରହିବ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ: ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ହେବାରୁ ମନ ଭଲ ରହିବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ।

ମୀନ: ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଅର୍ଥ ଲାଭର ସୁଯୋଗ ପାଇବେ। ନୂତନ ଜମି ବା ଘର ଆଦି କ୍ରୟ କରିବାର ସୁଯୋଗ ପାଇବେ।

The post ୬ ନଭେମ୍ବର ଶନିବାର: ଶତ୍ରୁ ପାଖ ମାଡ଼ିବେ ନାହିଁ appeared first on Odisha Reporter.



from Odisha Reporter https://ift.tt/3bJzZjZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages