ବିନିକା (ଓଡ଼ିଶା ରିପୋର୍ଟର): ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଅନ୍ତର୍ଦା ଗାଁରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରାକ୍ଟରଟି ଏକ ବାଇକକୁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଶିବା ସୁନା। ଆହତ ଗୁରୁଦେବ ସୁନା ଓ ପୂର୍ଣଚନ୍ଦ୍ର ସୁନାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ସମସ୍ତଙ୍କ ଘର ଅନ୍ତର୍ଦା ଗାଁରେ ବୋଲି ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ଶିବା, ଗୁରୁଦେବ ଓ ପୂର୍ଣ୍ଣଚନ୍ଦ୍ର ଏକ ବାଇକ୍ରେ ଯାଉଥିବା ବେଳେ ଅନ୍ତର୍ଦା ଗାଁ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରାକ୍ଟର ସେମାନଙ୍କୁ ଧକ୍କା ଦେଇଥିଲା। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ଶିବାକୁ ମୃତ ଘୋଷଣା କରିଥିଲେ। ଗୁରୁଦେବ ଓ ପୂର୍ଣ୍ଣଚନ୍ଦ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।
ଦୁର୍ଘଟଣା ପରେ ଟ୍ରାକ୍ଟର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରାକ୍ଟର ଓ ବାଇକ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।
The post ବାଇକ୍କୁ ପିଟିଲା ଟ୍ରାକ୍ଟର appeared first on Odisha Reporter.
from Odisha Reporter https://ift.tt/3FsUHBl
No comments:
Post a Comment