କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 7, 2021

କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାର ଜଣାଶୁଣା କାର୍ଟୁନିଷ୍ଟ କିଶୋର ରଥଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୮ ବର୍ଷ ହୋଇଥିଲା। ହୃଦ୍‌ଘାତ ତାଙ୍କର ପରଲୋକ ହୋଇଛି। ତାଙ୍କ ପୁଅ ଦେବଦଳନ ରଥ ଏହି ସୂଚନା ଦେଇଛନ୍ତି।

ଦୈନିକ ଖବର କାଗଜ ‘ସମ୍ବାଦ’ରେ ‘କଟାକ୍ଷ’ ଓ ‘ସ୍ପୋର୍ଟାକ୍ଷ’ କାର୍ଟୁନ ଲାଗି କିଶୋର ରଥ ଘରେ ଘରେ ପରିଚିତ ଥିଲେ।

ସୂଚନା ଅନୁଯାୟୀ, ସେ ଦୁଇ ଦିନ ହେଲା ଅସୁସ୍ଥ ଥିଲେ। ଗତକାଲି ରାତିରେ ଶ୍ୱାସ ଜନିତ ସମସ୍ୟା ହେବାରୁ ତାଙ୍କୁ କ୍ୟାପିଟାଲ ହସ୍‌ପିଟାଲ୍ ନିଆଯାଇଥିଲା। ଇସିଜି କରିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

କେବଳ କାର୍ଟୁନ ନୁହେଁ, ଢୁମ୍ପା ସଙ୍ଗୀତରେ ତାଙ୍କର ବିଶେଷ ରୁଚି ଓ ଅଭିଜ୍ଞତା ଥିଲା। ଢୁମ୍ପା ହେଉଛନ୍ତି ଏକ ପାରମ୍ପାରିକ ସଙ୍ଗୀତ, ଯାହା ନୟାଗଡ଼ ଓ ଗଞ୍ଜାମ ଭଳି ଜିଲ୍ଲାରେ ବେଶ୍ ପରିଚିତ।

 

The post କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ appeared first on Odisha Reporter.



from Odisha Reporter https://ift.tt/3ER5tB2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages