ମୋଦିଙ୍କୁ ନବୀନଙ୍କ ଚିଠି, ଆହୁରି ୮ ମାସ ମାଗଣା ରାସନ୍ ଦିଅ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 20, 2021

ମୋଦିଙ୍କୁ ନବୀନଙ୍କ ଚିଠି, ଆହୁରି ୮ ମାସ ମାଗଣା ରାସନ୍ ଦିଅ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(PMGKAY)କୁ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚିଠି ଲେଖି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହି ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ପୂର୍ବ ଘୋଷଣା ମୁତାବକ ୭ ମାସ ମାଗଣା ରାସନ୍ ଦିଆଯାଇଥିବା ବେଳେ ଆହୁରି ୮ ମାସ ଏହାକୁ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ମହାମାରୀର ପ୍ରଭାବ ସମ୍ପୂର୍ଣ୍ଣ ଭାବେ ଟଳିନି। ଦେଶରେ ଏବେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ଶସ୍ୟ ମହଜୁଦ ରହିଛି। ତେଣୁ ଲୋକଙ୍କ ପାଇଁ ଡିସେମ୍ବର ମାସରୁ ଆହୁରି ୮ ମାସ ମାଗଣା ରାସନ୍ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି।

.କରୋନା ମହାମାରୀ ବେଳେ ଲୋକଙ୍କୁ ସହାୟତା କରିବା ପାଇଁ କେନ୍ଦ୍ର ସରକାର PMGKAY ଜରିଆରେ ୭ ମାସ ମାଗଣା ରାସନ ଦେଇଥିଲେ।

ସୂଚନାଯୋଗ୍ୟ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅନ୍ତର୍ଗତ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନରେ ମୁଣ୍ଡପିଛା ମାସକୁ ୫ କିଲୋ ଚାଉଳ ଓ କାର୍ଡ ପିଛା ୧ କିଲୋ ଡାଲି ମାଗଣାରେ ଯୋଗାଇ ଦିଆଯାଉଛି। ଏବେ ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ୮୦.୨୬ ଲକ୍ଷ ପରିବାରର ୨.୮୬ କୋଟି ଲୋକ, ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ୧୨.୫୯ ପରିବାରର ୩୮.୬୪ ଲକ୍ଷ ଲୋକ ଓ ରାଜ୍ୟ ଖାଦ୍ୟ ଯୋଜନାରେ ୧.୧୬ ଲକ୍ଷ ପରିବାରର ୩.୭୮ ଲକ୍ଷ ଲୋକଙ୍କୁ ମାଗଣା ଚାଉଳ ଓ ଡାଲି ଯୋଗାଇ ଦିଆଯାଉଛି।

 

The post ମୋଦିଙ୍କୁ ନବୀନଙ୍କ ଚିଠି, ଆହୁରି ୮ ମାସ ମାଗଣା ରାସନ୍ ଦିଅ appeared first on Odisha Reporter.



from Odisha Reporter https://ift.tt/30MNsF6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages