ଆସିକା(ମନୋଜ ମୁନି): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ସହରରେ ଥିବା ମର୍ଦରାଜ ହାଇସ୍କୁଲ ସମ୍ମୁଖରେ ଟ୍ରକ୍ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ସପନୀ ଦାଶ, ଅଜିତ ଦାଶ। ସେମାନଙ୍କ ଘର ଶିଖରପୁର ସାହିରେ ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି।
ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ସପନୀ ଓ ଅଜିତ ବନଦେବୀ ଛକ ନିକଟରୁ ଶୌଚ ହୋଇ ବାଇକ୍ ଯୋଗେ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ମର୍ଦ୍ଧରାଜ ହାଇସ୍କୁଲ ସାମନାରେ ବିପରୀତ ଦିଗ ଆଡୁ ଆସୁଥିବା ଏକ ଟ୍ରକ୍ ସହ ସେମାନଙ୍କର ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। କବିସୂର୍ଯ୍ୟନଗର ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତ ପରିବାରକୁ କ୍ଷତି ପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି।
The post ଶୌଚ ହୋଇ ଘରକୁ ଫେରୁଥିଲେ, ପିଟିଦେଲା ଟ୍ରକ୍ appeared first on Odisha Reporter.
from Odisha Reporter https://ift.tt/3nfkYNb
No comments:
Post a Comment