ଯାଜପୁର (ଅଭୟ ପତି): ଶତାୟୁ ଚାଟଶାଳୀ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କୁ କଳିଙ୍ଗନଗର ସ୍ଥିତ ଟାଟା ମେଡିକା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ନନ୍ଦ ସାର୍ଙ୍କ ଅବସ୍ଥା ଗୁରୁତର ଥିବା ଡାକ୍ତରଖାନା ପକ୍ଷରୁ ସୂଚନା ମିଳିଛି। ତାଙ୍କୁ ଅକ୍ସିଜେନ ସପୋର୍ଟରେ ରଖାଯାଇଥିବା ହସ୍ପିଟାଲ୍ ସୁପରିଣ୍ଟେଣ୍ଡେଣ୍ଟ ଡାକ୍ତର ସୁଧାଂଶୁ ସୁତାର କହିଛନ୍ତି।
ଗତକାଲି ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡ଼ି ଯାଇଥିଲେ। ଏହା ପରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିଲେ। ତା’ପରେ ଗତକାଲି ରାତିରେ ତାଙ୍କୁ କୋଭିଡ୍ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଥିଲା।
ସୂଚନାଯୋଗ୍ୟ, ନଭେମ୍ବର ୯ ତାରିଖରେ ସେ ନୂଆଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ। ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଳକ୍ର କନ୍ତିରା ଗାଁର ବାସିନ୍ଦା ନନ୍ଦ ସାର୍ ୭୫ ବର୍ଷ ହେଲାଣି ଗାଁ ଛୁଆଙ୍କୁ ପାଠପଢ଼ାଇ ଆସୁଛନ୍ତି। ହେଲେ ଏଥିପାଇଁ ସେ ପାରିଶ୍ରମିକ ନିଅନ୍ତି ନାହିଁ।
The post ପଦ୍ମଶ୍ରୀ ନନ୍ଦ ସାର୍ କରୋନାରେ ଆକ୍ରାନ୍ତ, ଅବସ୍ଥା ଗୁରୁତର appeared first on Odisha Reporter.
from Odisha Reporter https://ift.tt/3E9UG4Z
No comments:
Post a Comment