ଓଡ଼ିଶାରେ ପଶିଲା ‘ଓମିକ୍ରନ’, ୨ ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 21, 2021

ଓଡ଼ିଶାରେ ପଶିଲା ‘ଓମିକ୍ରନ’, ୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ପଶିଲା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍‌। ବିଦେଶରୁ ଫେରିଥିବା ଓଡ଼ିଶାର ଦୁଇ ଜଣ  ଓମିକ୍ରନ୍‌ରେ ଆକ୍ରାନ୍ତ ହୋଇଛନ୍ତି। ଦୁଇ ଜଣଙ୍କ ଜିନୋମ୍‌ ସିକ୍ୱେନ୍ସିଂରୁ ଓମିକ୍ରନ୍‌ ଭୂତାଣୁ ଚିହ୍ନଟ ହୋଇଛି। ଜଣେ ନାଇଜେରିଆ ଓ ଅନ୍ୟ ଜଣେ କତାରରୁ ଫେରିଥିବା ସୂଚନା ମିଳିଛି।

ଦୁଇ ଜଣଙ୍କ ମଧ୍ୟରୁ ଜଣେ ଜଗତସିଂହ ପୁରର ହୋଇଥିବା ବେଳେ ତାଙ୍କର ଚିକିତ୍ସା ଚାଲିଛି। ସେହିପରି ଆଉ ଜଣେ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି। ଏନେଇ ଆଇଏଲ୍‌ସ ପକ୍ଷରୁ ସୂଚନା ମିଳିଛି। ତେବେ ଉଭୟ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲଥିବା ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

ସେପଟେ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେଲା ପରେ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ଡକାଛନ୍ତି। ସ୍ୱାସ୍ଥ୍ୟ ବିଭାଗ ଓ ଅନ୍ୟ ଅଧିକାରୀଙ୍କୁ ନେଇ ବୈଠକ ବସିଛି।

ପୂର୍ବରୁ ସମଗ୍ର ଦେଶରେ ଓମିକ୍ରନ୍‌ ଭାରିଏଣ୍ଟ ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଥିଲା। ଏପରିକି ଓମିକ୍ରନ୍‌ ଆକ୍ରାନ୍ତ ଦେଶରୁ ଫେରୁଥିବା ଯାତ୍ରୀଙ୍କ ପାଇଁ ଆର୍‌ଟିପିସିଆର୍‌ ଟେଷ୍ଟକୁ ବାଧ୍ୟତା ମୂଳକ କରାଯାଇଥିଲା। ସେମାନଙ୍କ ସବିଶେଷ ଡାଟା ରାଜ୍ୟ ସରକାର ରଖିବା ସହ ସେମାନଙ୍କ ଉପରେ କଡା ନଜର ରଖାଯାଇଥିଲା। ଏହା ସତ୍ତ୍ୱେ ରାଜ୍ୟରେ ୨ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି।

ଦେଶରେ କ୍ରମାଗତ ଭାବେ ଓମିକ୍ରନ ଜନିତ ସଂକ୍ରମଣ ହୁହୁ ହୋଇ ବଢ଼ିବାରେ ଲାଗିଛି। ବର୍ତ୍ତମାନ ଯାଏଁ ଏହା ୯୦ ଦେଶକୁ ବ୍ୟାପିସାରିଲାଣି।   ଏହି ଦୁଇ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୧୭୦ରୁ ଅଧିକ ଜଣଙ୍କ ଶରୀରରୁ ଓମିକ୍ରନ ଭାରିଏଣ୍ଟ ଚିହ୍ନଟ ହୋଇ ସାରିଥିବା ସୂଚନା ରହିଛି। ଏମାନଙ୍କ ମଧ୍ୟରୁ ୮୦% ଲୋକ ଲକ୍ଷଣ ବିହୀନ ରହିଛନ୍ତି।

ଆଶ୍ୱସ୍ତିକର କଥା ଯେ, ଏ ସମସ୍ତ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ କେହି ବି ଗୁରୁତର ହୋଇନାହାନ୍ତି। ସମସ୍ତଙ୍କ ଶରୀରରେ କେବଳ ସ୍ୱଳ୍ପ ମାତ୍ରାରେ ଲକ୍ଷଣ ଦେଖା ଦେଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ୧୭୦ରୁ ଅଧିକ ଆକ୍ରାନ୍ତଙ୍କ ମଧ୍ୟରୁ ୪୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି। ମହାରାଷ୍ଟ୍ରରେ ସର୍ବାଧିକ ୫୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦିଲ୍ଲୀରେ ୩୨, ତେଲେଙ୍ଗାନାରେ ୨୦, ରାଜସ୍ଥାନରେ ୧୭, ଗୁଜରାଟରେ ୧୩, କେରଳରେ ୧୧, କର୍ଣ୍ଣାଟକାରେ ୮, ଉତ୍ତର ପ୍ରଦେଶରେ ୨, ତାମିଲନାଡୁ, ଆନ୍ଧ୍ର, ପଶ୍ଚିମବଙ୍ଗ ଓ ଛତିଶଗଡ଼ରେ ଜଣେ ଲେଖାଏ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନ୍ୟପକ୍ଷରେ ସମଗ୍ର ବିଶ୍ୱରେ ୬୦ ହଜାରରୁ ଅଧିକ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଏହା ମଧ୍ୟରେ କେବଳ ବ୍ରିଟେନରୁ ୫୦% ଅଧିକ ଲୋକ ରହିଛନ୍ତି।

The post ଓଡ଼ିଶାରେ ପଶିଲା ‘ଓମିକ୍ରନ’, ୨ ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3peUeNR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages