ରାଜ୍ୟରେ ପୁଣି ଚିହ୍ନଟ ହେଲେ ଓମିକ୍ରନ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 28, 2021

ରାଜ୍ୟରେ ପୁଣି ଚିହ୍ନଟ ହେଲେ ଓମିକ୍ରନ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍‌ସେସ୍‌ (ଆଇଏଲ୍‌ଏସ୍‌) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି।

ଏହି ନୂଆ ଓମିକ୍ରନ୍ ଆକ୍ରାନ୍ତ ଜଣଙ୍କ ନିକଟରେ ୟୁଏଇରୁ ଫେରିଥିଲେ ବୋଲି ଜଣାପଡ଼ିଛି। ଏହି ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ସଂପର୍କରେ ଆଇଏଲ୍‌ଏସ୍‌ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରାଯାଇଛି। ଏହା ପୂର୍ବରୁ ଯେଉଁ ୮ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ, ସେମାନେ ସମସ୍ତେ ମଧ୍ୟ ବିଦେଶରୁ ଫେରିଥିଲେ। ସେମାନଙ୍କ ମଧ୍ୟରେ ଦୁଇ ଜଣ ନାବାଳିକା ଭଉଣୀ ଥିଲେ। ସେମାନେ ନାଇଜେରିଆରୁ ସେମାନଙ୍କ ବାପାମା’ଙ୍କ ସହିତ ଫେରିଥିଲେ।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୨ଟି ଲୋକାଲ୍ କେସ୍‌। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ ଜଣ ୧୮ ବର୍ଷରୁ କମ୍ ବର୍ଗର। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ଦେଶରେ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ୭୮୧କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ଦିଲ୍ଲୀରେ ସର୍ବାଧିକ ୨୩୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମହାରାଷ୍ଟ୍ରରେ ୧୬୭, ଗୁଜରାଟରେ ୭୩, କେରଳରେ ୬୫ ଓ ତେଲେଙ୍ଗାନାରେ ୬୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ପୁଣି ଚିହ୍ନଟ ହେଲେ ଓମିକ୍ରନ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3pwZ4WW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages