୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 4, 2021

୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଜୱାଦ’ ଶନିବାର ଗଭୀର ଅବପାତରେ ପରିଣତ ହୋଇସାରିଥିବା ବେଳେ ଆଜି ତାହା ଅବପାତର ରୂପ ନେବ। ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି।

ଗଭୀର ଅବପାତରେ ପରିଣତ ହେବା ପରେ ଜୱାଦ ଉତ୍ତର-ଉତ୍ତରପୂର୍ବ ଦିଗମୁହାଁ ହୋଇଥିବା ବେଳେ ଅବପାତରେ ପରିଣତ ହେଲା ପରେ ଆଜି ମଧ୍ୟାହ୍ନରେ ପୁରୀ ଉପକୂଳ ପାଖାପାଖି ହେବ। ଗତ ୬ ଘଣ୍ଟାରେ ଏହା ଘଣ୍ଟା ପ୍ରତି ୧୧ କିମି ବେଗରେ ଗତି କରୁଛି।

ଗଭୀର ଅବପାତର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଓ ପବନ ଲାଗି ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି।

ରାଜ୍ୟର ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଏହି ସବୁ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେହିପରି ରାଜ୍ୟର ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡ଼ିକ ହେଉଛି- କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, ଖୋର୍ଦ୍ଧା ଓ ପୁରୀ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

The post ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା appeared first on Odisha Reporter.



from Odisha Reporter https://ift.tt/3DtK0gq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages