ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 2, 2021

ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା। ୪ ତାରିଖ ସଂଧ୍ୟାରୁ ୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ। ସ୍ଥଳଭାଗ ଅଳ୍ପ ଛୁଇଁବା ପରେ ପୁଣି ସମୁଦ୍ରକୁ ଚାଲି ଯାଇପାରେ ବାତ୍ୟା। ଯଦି ଅଧିକ ଦିଗ ବଦଳାଏ, ତେବେ ହୁଏତ ସ୍ଥଳଭାଗ ନଛୁଇଁପାରେ। ଏହା ସ୍ଥଳ ଭାଗ ନ ଛୁଇଁ ଓଡ଼ିଶା ଉପକୂଳ ଦେଇ ଚାଲିଯାଇପାରେ। ବାତ୍ୟା ସ୍ଥଳଭାଗ ନିକଟତର ହେଲେ ଘଣ୍ଟାପ୍ରତି ସର୍ବାଧିକ ୯୦ରୁ ୧୦୦ କିମି ବେଗରେ ପବନ ବହିପାରେ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ଆକଳନ ଅନୁସାରେ ଏପରି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆରସି) ପ୍ରଦୀପ ଜେନା।

ସେ କହିଛନ୍ତି, ବାତ୍ୟାର ପ୍ରଭାବ ପୁରୀ, ଗଞ୍ଜାମ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ଅଧିକ ରହିବ। ଆଜି ମଧ୍ୟରାତ୍ରରୁ ସେସବୁ ସ୍ଥାନରେ ବର୍ଷା ଆରମ୍ଭ ହେବ। କାଲି ଅଧିକ ବର୍ଷା ହେବ। ତଳିଆ ଅଞ୍ଚଳ ଓ କଚ୍ଚା ଘରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରାଯିବ। ଗଞ୍ଜାମ, ପୁରୀ ଓ ଚିଲିକା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ସେହିପରି ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକର ନିଆଳି ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ଆଜି ଅପରାହ୍ନରୁ ସ୍ଥାନାନ୍ତରଣ କାର୍ଯ୍ୟ ଆରମ୍ଭ ହେବ ଓ ଆସନ୍ତାକାଲି ମଧ୍ୟାହ୍ନରେ ଶେଷ ହେବ।

ବାତ୍ୟା ଆସୁଥିବା ଯୋଗୁ ୨ ଦିନ ପାଇଁ ପିଇବା ପାଣି ସାଇତି ରଖିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି। ତା’ସହିତ ଭୟଭୀତ ହୋଇ ଅଯଥାରେ ଅଧିକ ଜିନିଷ ନକିଣିବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ବଜାରରେ ଯଥେଷ୍ଟ ପରିମାଣରେ ଖାଦ୍ୟ ସାମଗ୍ରୀ ମହଜୁଦ ରହିଛି। ତେଣୁ ଅଯଥାରେ ବଜାରରେ ଭିଡ଼ କରି ଆବଶ୍ୟକତା ଠାରୁ ଅଧିକ ଜିନିଷ କିଣିବା ଦରକାର ନାହିଁ। ସେହିପରି କାଲି ଅପରାହ୍ନରୁ ୫ ତାରିଖ ସକାଳ ପର୍ଯ୍ୟନ୍ତ ବାହାରେ ନବୁଲିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ପଶ୍ଟିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଆସନ୍ତା ୧୨ ଘଣ୍ଟାରେ ଏହା ବାତ୍ୟାରେ ପରିଣତ ହେବ । ଆସନ୍ତାକାଲି ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ର-ଓଡ଼ିଶା ଉପକୂଳରେ ବାତ୍ୟା ପହଞ୍ଚିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏବେ ଘଣ୍ଟା ପ୍ରତି ୩୨ କିଲୋମିଟର ବେଗରେ ଉପକୂଳ ମୁହାଁ ହେଉଛି ବାତ୍ୟା  ।

ଏବେ ଏହା ଗୋପାଳପୁରଠାରୁ ୬୭୦ ଓ ପାରାଦୀପଠୁ ୭୬୦ କିଲୋମିଟର ଦୂରରେ ରହିଛି  । ଏହାର ପ୍ରଭାବରେ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଗଜପତି, ଗଂଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଦିଆଯାଇଛି ରେଡ୍ ଓ୍ୱାର୍ଣ୍ଣିଂ । ଓଡ଼ିଶାର ସମସ୍ତ ବନ୍ଦର ପାଇଁ ଜାରି ହୋଇଛି ୧ ନମ୍ବର ବିପଦ ସଂକେତ ।

The post ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା appeared first on Odisha Reporter.



from Odisha Reporter https://ift.tt/3pnLjbJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages