ଦୁର୍ବଳ ହେଉଛି ‘ଜୱାଦ’, ତଥାପି ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 3, 2021

ଦୁର୍ବଳ ହେଉଛି ‘ଜୱାଦ’, ତଥାପି ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ୍‌’ । ଆସନ୍ତାକାଲି ପୁରୀ ଛୁଇଁବା ବେଳକୁ ବାତ୍ୟା ଦୁର୍ବଳ ହୋଇଯିବାର ସମ୍ଭାବନା ରହିଛି। ପୁରୀ ଉପକୂଳ ଛୁଇଁବା ବେଳକୁ ଏହା ଗଭୀର ଅବପାତରେ ପରିଣତ ହୋଇପାରେ। ବାତ୍ୟା ଦୁର୍ବଳ ହେଲେ ମଧ୍ୟ ବର୍ଷାର ପ୍ରକୋପ ରହିବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି।

ସୂଚନା ଅନୁଯାୟୀ, ଘଣ୍ଟା ପ୍ରତି ୪ କି.ମି. ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା ‘ଜୱାଦ୍‌’। ଆଗାମୀ ୧୨ ଘଣ୍ଟା ଯାଏ ଏହା ଉତ୍ତର ଦିଗରେ ଗତି କରିବ। ପରେ ଉତ୍ତର, ଉତ୍ତର-ପୂର୍ବ ଦିଗକୁ ଗତି ପରିବର୍ତ୍ତନ କରିବ। ଏହାପରେ ଗତି ପରିବର୍ତ୍ତନ କରି  ପୁରୀ ଉପକୂଳ ଛୁଇଁବା ବେଳକୁ ଗଭୀର ଅବପାତରେ ପରିଣତ ହେବ । ଗଭୀର ଅବପାତ ବେଳେ ପବନର ବେଗ ସର୍ବାଧିକ ୭୫ କିମି ରହିବ ।

ବାତ୍ୟା ପ୍ରଭାବରେ କାଲିଠାରୁ ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ଲାଗି ରହିଛି। ସକାଳ ୭ଟା ୩୦ ସୁଦ୍ଧା ପାରାଦୀପରେ ସର୍ବାଧିକ ୬୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ଗୋପାଳପୁରରେ ୪୩.୩ ମି.ମି., ପୁରୀରେ ୪୦ ମି.ମି. ଓ ଭୁବନେଶ୍ୱରରେ ୧୦.୪ ମି.ମି. ବର୍ଷା ରେକର୍ଡ ହୋଇଛି।

ବାତ୍ୟା ପ୍ରଭାବରେ ପୁରୀ, ପାରାଦୀପ ଓ ଗୋପାଳପୁରରେ ପବନର ବେଗ ବୃଦ୍ଧି ପାଇଛି। ପୁରୀରେ ଏବେ ଘଣ୍ଟା ପ୍ରତି ୨୬ କିଲୋମିଟର ବେଗରେ ପବନ ବହୁଛି। ସେହିପରି ପାରାଦୀପରେ ୧୦ କି.ମି. ଓ ଗୋପାଳପୁରରେ ୧୫ କି.ମି. ବେଗରେ ପବନ ବହୁଛି। ବାତ୍ୟାକୁ ଦୃଷ୍ଟିରେ ରଖି ୪ଟି ବନ୍ଦର ପାଇଁ ବିପଦ ସଙ୍କେତ ଜାରି କରାଯାଇଛି। ପୁରୀ ଓ ଗୋପାଳପୁର ବନ୍ଦର ପାଇଁ ୭ ନଂ ବିପଦ ସଙ୍କେତ ଜାରି ହୋଇଥିବା ବେଳେ ପାରାଦୀପ ଓ ଧାମରା ବନ୍ଦର ପାଇଁ ୪ ନଂ ବିପଦ ସଙ୍କେତ ଜାରି ହୋଇଛି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି  ପୁରୀ ବେଳାଭୂମିକୁ ଆସିବାକୁ  ଜନସାଧାରଣଙ୍କୁ ବାରଣ କରାଯାଉଛି। ଏଥିନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ରେଡ୍ ଫ୍ଲାଗ୍ ଲଗାଯାଇଛି। ।  ଦିଗବାରେଣୀ ଖୁଣ୍ଟଠାରୁ ଲାଇଟ୍ ହାଉସ୍ ବେଳାଭୂମି ଯାଏଁ ମଧ୍ୟ ରେଡ୍ ଫ୍ଲାଗ ଲଗାଯାଇଛି ।

 

The post ଦୁର୍ବଳ ହେଉଛି ‘ଜୱାଦ’, ତଥାପି ପ୍ରବଳ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/32Yu1um

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages