୬ ଡିସେମ୍ବର, ରବିବାର: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 5, 2021

୬ ଡିସେମ୍ବର, ରବିବାର: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ

ମେଷ: ବନ୍ଧୁମାନଙ୍କ ଠାରୁ ସାହାଯ୍ୟ ପାଇବେ। ପରିବାରରେ ଥିବା ବିଭିନ୍ନ ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରିବେ।

ବୃଷ: ମାନସିକ ଅସ୍ଥିରତା ଦେଖାଦେବ। ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡ଼ିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ। ଗତକାଲି ଠାରୁ ଯେଉଁ ବିଷୟକୁ ନେଇ ଚିନ୍ତିତ ରହିଛନ୍ତି, ସେଥିରେ ଶୁଭ ଫଳ ମିଳିବ।

କର୍କଟ: ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ସୁଖଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ।

ସିଂହ: ବିଳମ୍ବ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସମ୍ପନ୍ନ ହେବ। ସମସ୍ୟା ଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

କନ୍ୟା: ଅର୍ଥବ୍ୟୟ ହେବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ସଭାସମିତିରେ ମୁଖ୍ୟ ଭୂମିକା ଗ୍ରହଣ କରି ପାରନ୍ତି।

ତୁଳା: ଯାହା ପାଇବା ପାଇଁ ଆଶା ରଖିଛନ୍ତି, ତାହା ଅବଶ୍ୟ ପାଇବେ। ବହୁଦିନରୁ ଅଟକି ରହିଥିବା କାର୍ଯ୍ୟକୁ ପୁଣି ଆରମ୍ଭ କରିବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ଅନ୍ୟଙ୍କୁ କୈଫିୟତ ଦେବାକୁ ପଡ଼ିପାରେ।

ବିଛା: ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ଶେଷ ହେବ। ଆୟର ନୂଆ ସ୍ରୋତ ମିଳିବ। କ୍ରୀଡ଼ା କ୍ଷେତ୍ରରେ ଥିବା ଲୋକଙ୍କୁ ସଫଳତା ମିଳିବ।

ଧନୁ: ଦୂର ଯାତ୍ରା କରିପାରନ୍ତି। ପାରିବାରିକ ସମସ୍ୟାର ସମାଧାନ ଦିଗରେ ବନ୍ଧୁ ସହାୟକ ହେବେ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ।

ମକର: ପୁରାତନ ରୋଗରୁ ମୁକ୍ତି ମିଳିବ। ଶତ୍ରୁମାନେ ସମସ୍ୟା ସୃଷ୍ଟି କରିପାରନ୍ତି। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖା ଦେଇପାରେ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖା ଦେଇପାରେ। କର୍ମକ୍ଷେତ୍ରରେ ଅସନ୍ତୁଷ୍ଟ ହେବେ। କୌଣସି ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି।

ମୀନ: ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ସବୁ କଥାକୁ ହାଲୁକାରେ ନେଲେ କ୍ଷତିରେ ପଡ଼ିବେ।

The post ୬ ଡିସେମ୍ବର, ରବିବାର: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ appeared first on Odisha Reporter.



from Odisha Reporter https://ift.tt/3y0WHOD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages