୧୦ ଦିନ ବନ୍ଦ ରହିବ ଭିତରକନିକା, ଜାଣନ୍ତୁ କେବେଠୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 27, 2021

୧୦ ଦିନ ବନ୍ଦ ରହିବ ଭିତରକନିକା, ଜାଣନ୍ତୁ କେବେଠୁ

ପଟ୍ଟାମୁଣ୍ଡାଇ (ପ୍ରବୀର କୁମାର ନାୟକ): ପ୍ରତିବର୍ଷ ଭଳି ଆସନ୍ତା ବର୍ଷ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଏଥିପାଇଁ ୧୦ ଦିନ ଭିତରକନିକାକୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯିବ। ଜାନୁଆରୀ ୨ରୁ ୧୧ ତାରିଖ ପର୍ଯ୍ୟନ୍ତ ଏହି ଜାତୀୟ ଉଦ୍ୟାନକୁ ବନ୍ଦ ରଖାଯିବ ବୋଲି ରାଜନଗର ବନଖଣ୍ଡ ଅଧିକାରୀ ଯଜ୍ଞଦତ୍ତ ପତି ସୂଚନା ଦେଇଛନ୍ତି।

ତାଙ୍କ ସୂଚନା ଅନୁଯାୟୀ, ଭିତରକନିକା ଜାତୀୟ ଉଦ୍ୟାନ ଓ ଏହା ବାହାରେ ଥିବା ନଦୀ,ନାଳ ଗୁଡ଼ିକରେ କୁମ୍ଭୀର ମାନଙ୍କର ଗଣନା କରାଯିବ। ଉଭୟ ଦିନରେ ଓ ରାତିରେ କୁମ୍ଭୀର ଗଣନା କାର୍ଯ୍ୟ କରାଯିବ। କୁମ୍ଭୀର ବିଶାରଦ ଡା. ସୁଧାକର କରଙ୍କ ନେତୃତ୍ୱରେ ବନ ବିଭାଗ କର୍ମଚାରୀମାନେ କୁମ୍ଭୀର ଗଣନା କାର୍ଯ୍ୟରେ ନିୟୋଜିତ ହେବେ। କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନକୁ କୌଣସି ପର୍ଯ୍ୟଟକଙ୍କୁ ପ୍ରବେଶ ଅନୁମତି ମିଳିବ ନାହିଁ।

୨୦୨୧ର ଗଣନା ଅନୁସାରେ ଭିତରକନିକାରେ ୧୭୬୮ଟି ବଉଳା କୁମ୍ଭୀର ଅଛନ୍ତି। ଏବେ ଏହି ସଂଖ୍ୟା ବଢ଼ିଥିବ ବୋଲି ଆଶା କରାଯାଉଥିବା ରାଜନଗର ବନଖଣ୍ଡ ଅଧିକାରୀ କହିଛନ୍ତି।

The post ୧୦ ଦିନ ବନ୍ଦ ରହିବ ଭିତରକନିକା, ଜାଣନ୍ତୁ କେବେଠୁ appeared first on Odisha Reporter.



from Odisha Reporter https://ift.tt/3qBk91U

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages