ମମିତା ହତ୍ୟା ମାମଲା: ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 2, 2021

ମମିତା ହତ୍ୟା ମାମଲା: ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମମିତା ହତ୍ୟା ମାମଲାର ଷ୍ଟାଟସ ରିପୋର୍ଟ ହାଇକୋର୍ଟରେ ଦାଖଲ କଲେ ରାଜ୍ୟ ସରକାର । ତଦନ୍ତର ଅଗ୍ରଗତି ନେଇ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ କରିଛନ୍ତି ରାଜ୍ୟ ସରକାର।

ସୂଚନାଯୋଗ୍ୟ, ଝିଅକୁ ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମମିତାଙ୍କ ପରିବାର ଲୋକେ । ଶୀଘ୍ର ତଦନ୍ତ ସାରି ଫାଷ୍ଟଟ୍ରାକ କୋର୍ଟରେ ବିଚାର ପାଇଁ ଆବେଦନ କରିଥିଲେ ମମିତାଙ୍କ ବାପା ଭାଇ।   ଗୃହ ସଚିବ, ଡିଜିପି, ବଲାଙ୍ଗିର ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ପକ୍ଷଭୁକ୍ତ ପାଇଁ ଆବେଦନ କରାଯାଇଥିଲା ।

ଲମ୍ବା ସମୟ ଧରି ତଦନ୍ତ ହେବା ଦ୍ୱାରା ମାନସିକ ଚାପରେ ପରିବାର ଲୋକେ ଥିବା କୋର୍ଟରେ ଦର୍ଶାଇଥିଲେ। ତେଣୁ  ତ୍ୱରିତ ଶୁଣାଣି ଓ ଫାଷ୍ଟଟ୍ରାକ୍ କୋର୍ଟରେ ବିଚାର ପାଇଁ ଅପିଲ କରିଥିଲେ ।  ଏହାପରେ ଆଜି ଏହି ମାମଲାର ଷ୍ଟାଟସ ରିପୋର୍ଟ ହାଇକୋର୍ଟରେ ଦାଖଲ କରିଛନ୍ତି ରାଜ୍ୟ ସରକାର। ଆସନ୍ତା ୨୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

The post ମମିତା ହତ୍ୟା ମାମଲା: ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ appeared first on Odisha Reporter.



from Odisha Reporter https://ift.tt/3xOoq57

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages