ଖସୁଛି ସଂକ୍ରମଣ, ରାଜ୍ୟରେ ଚିହ୍ନଟ ହେଲେ ୩,୦୮୬ ପଜିଟିଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 31, 2022

ଖସୁଛି ସଂକ୍ରମଣ, ରାଜ୍ୟରେ ଚିହ୍ନଟ ହେଲେ ୩,୦୮୬ ପଜିଟିଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୫୪ ଜଣ ଅଛନ୍ତି। ସେହିପରି ୧,୭୯୭ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ବାକି ୧,୨୮୯ ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୫୨ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୮୨, ବାଲେଶ୍ୱରରୁ୭୬, ବରଗଡ଼ରୁ ୩୬, ଭଦ୍ରକରୁ ୭୭, ବଲାଙ୍ଗିରରୁ ୭୬, ବୌଦ୍ଧରୁ୧୬,

କଟକରୁ ୩୨୫, ଦେବଗଡ଼ରୁ ୬୯, ଢେଙ୍କାନାଳରୁ ୭୧, ଗଜପତିରୁ ୬୩, ଗଞ୍ଜାମରୁ ୪୬, ଜଗତସିଂହପୁରରୁ ୭୪, ଯାଜପୁରରୁ୧୪୯, ଝାରସୁଗୁଡ଼ାରୁ୬୯, କଳାହାଣ୍ଡିରୁ୭୭, କନ୍ଧମାଳରୁ ୨୪, କେନ୍ଦ୍ରାପଡ଼ା ୪୯, କେନ୍ଦୁଝରରୁ ୩୯ ଓ  କୋରାପୁଟରୁ ୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ମାଲକାନଗିରିରୁ ୩୦, ମୟୂରଭଞ୍ଜରୁ୧୦୯, ନବରଙ୍ଗପୁରରୁ ୮୪, ନୟାଗଡ଼ରୁ୧୧୦, ନୂଆପଡ଼ାରୁ୧୦୬, ପୁରୀରୁ ୪୨, ରାୟଗଡ଼ାରୁ ୪୦, ସମ୍ବଲପୁରରୁ ୭୫ ,ସୋନପୁରରୁ ୩୫, ସୁନ୍ଦରଗଡ଼ରୁ ୨୧୬ ଓ ଷ୍ଟେଟ୍‌ ପୁଲ୍‌ରୁ ୧୨୫ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୨ ହଜାର  ୩୨୬ ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨,୦୧୫୪୬ ଜଣ ସୁସ୍ଥ ହୋଇସାରିଛନ୍ତି। ୪୨,୦୯୮ ଜଣ ଏବେ ଚିକିତ୍ସାଧୀନ ଥିବା ବେଳେ ମୃତ୍ୟୁ ସଂଖ୍ୟା ୮,୬୨୯କୁ ବୃଦ୍ଧି ପାଇଛି।

ରାଜ୍ୟରେ  ଆଉ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।  ଅଡିଟ୍ ପ୍ରୋସେସରେ ଆଉ ୧୭ଜଣଙ୍କ ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା ଦିଆଯାଇଛି।   କଟକ ଜିଲ୍ଲାରୁ ସର୍ବାଧିକ ୪ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ, କେନ୍ଦ୍ରାପଡ଼ା, ଯାଜପୁର, ମାଲକାନଗିରି, ରାୟଗଡ଼ାରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ଘଟିଛି।

The post ଖସୁଛି ସଂକ୍ରମଣ, ରାଜ୍ୟରେ ଚିହ୍ନଟ ହେଲେ ୩,୦୮୬ ପଜିଟିଭ appeared first on Odisha Reporter.



from Odisha Reporter https://ift.tt/YMcJnh5NI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages