ଆଜିଠାରୁ ଶିମିଳିପାଳ ଅଭୟାରଣ୍ୟରେ ଗଡ଼ିବ ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 6, 2022

ଆଜିଠାରୁ ଶିମିଳିପାଳ ଅଭୟାରଣ୍ୟରେ ଗଡ଼ିବ ବସ୍‌

କରଞ୍ଜିଆ(ଓଡ଼ିଶା ରିପୋର୍ଟର): ଶିମିଳିପାଳକୁ ଆସୁଥିବା ପର୍ଯ୍ୟଟକ ପାଇଁ ଖୁସି ଖବର। ଶିମିଳିପାଳ ଅଭୟାରଣ୍ୟରେ ପର୍ଯ୍ୟଟକଙ୍କ ବୁଲିବା ପାଇଁ ବନ ବିଭାଗ ପକ୍ଷରୁ ଆଜିଠୁ ୬ଟି ଟ୍ରାଭେଲର ବସ୍ ଚଳାଚଳ କରିବ। ଫଳରେ ଅଭୟାରଣ୍ୟ ପ୍ରତି ପର୍ଯ୍ୟଟକଙ୍କର ଆଗ୍ରହ ବଢ଼ିବ ବୋଲି ପରିବେଶବିତମାନେ ଆଶାବ୍ୟକ୍ତ କରିଛନ୍ତି।

ମିନି ବସ୍‌କୁ ସ୍ଥାନୀୟ ଶିମିଳିପାଳ ବାସିନ୍ଦା ବା ଇକୋ ଟୁରିଜିମ ଗ୍ରୁପ ରକ୍ଷଣାବେକ୍ଷଣ କରିବ। ଏଥିଲାଗି ଅଫ୍‌ଲାଇନରେ ଟିକେଟ ବୁକିଂ ହେବ। ଯଶିପୁରର ଧୋବାଡିହା ମୁଖ୍ୟଗେଟରେ ୪ଟି ଏବଂ ଦକ୍ଷିଣ ବନ୍ୟାଞ୍ଚଳ ବନଖଣ୍ଡର  ପିଠାବଟା ଗେଟ ନିକଟରେ ଦୁଇଟି ବସ୍ ରହିବ।

ଯଶିପୁରର ଧୋବାଡିହା ମୁଖ୍ୟଗେଟ ଦେଇ ଶିମିଳିପାଳ ଅଭୟାରଣ୍ୟକୁ ପଶୁଥିବା ବସ୍‌ ଭଡ଼ାର ଛଅ ହଜାର ଟଙ୍କା ରଖାଯାଇଛି। ସେହିପରି ଦକ୍ଷିଣ ବନ୍ୟାଞ୍ଚଳ ବନଖଣ୍ଡର  ପିଠାବଟା ଗେଟ ଶିମିଳିପାଳ ଅଭୟାରଣ୍ୟକୁ ପଶୁଥିବା ବସ୍‌ର ଭଡ଼ା ସାଢ଼େ ୬ ହଜାର ଟଙ୍କା ଧାର୍ଯ୍ୟ କରାଯାଇଛି। ଗୋଟିଏ ବସ୍‌ରେ ୧୨ ଜଣ ପର୍ଯ୍ୟଟକ ନେଚର କ୍ୟାମ୍ପକୁ ଯାଇପାରିବେ।

ପର୍ଯ୍ୟଟନ ଋତୁ ଚାଲିଥିବାରୁ  ଶିମିଳିପାଳରେ ପର୍ଯ୍ୟଟକ ଭିଡ଼ ଜମୁଛି। ପ୍ରତିବର୍ଷ ପର୍ଯ୍ୟଟନ ଋତୁରେ ବୃକ୍ଷଲତା, ଜଳପ୍ରପାତ, ପଶୁପକ୍ଷୀ ଆଦିଙ୍କୁ ଦେଖିବା ସହ ବିବିଧତାକୁ ଉପଭୋଗ କରିବା ପାଇଁ ଦେଶବିଦେଶରୁ ପର୍ଯ୍ୟଟକଙ୍କ ଏଠାକୁ ସୁଅ ଛୁଟିଥାଏ।  ଏହାସହ ଶୀତୁଆ ସକାଳର ଭରପୁର ମଜା  ଉଠାଇଥାନ୍ତି ପର୍ଯ୍ୟଟକ।

 

 

The post ଆଜିଠାରୁ ଶିମିଳିପାଳ ଅଭୟାରଣ୍ୟରେ ଗଡ଼ିବ ବସ୍‌ appeared first on Odisha Reporter.



from Odisha Reporter https://ift.tt/3eXZ7Vx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages