ଭୁବନେଶ୍ୱର/ନୂଆପଡ଼ା(ଓଡ଼ିଶା ରିପୋର୍ଟର): ଓଡିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଶ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କର ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରରେ ପରଲୋକ ହୋଇଯାଇଛି। ଏନେଇ ତାଙ୍କ ପୁଅ କୃଷ୍ଣସିଂହ ମାଝୀ ସୂଚନା ଦେଇଛନ୍ତି ।
ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ଗତ ରାତିରେ ଶୋଇଥିବା ସମୟରେ ହଠାତ୍ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିବା ବେଳେ ସେଠାରେ ରାତି ପ୍ରାୟ ୩ଟାରେ ତାଙ୍କ ପରଲୋକ ହୋଇଛି। ସେ ଖଡ଼ିଆଳ ନିର୍ବାଚନ ମଣ୍ଡଳୀରୁ ୪ଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିବା ବେଳେ ଥରେ ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବରେ କାର୍ଯ୍ୟ ତୁଲାଇଥିଲେ।
ସ୍ୱର୍ଗତ ମାଝୀଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ତାଙ୍କ ମୃତଦେହ ଆଜି ଜନ୍ମମାଟିକୁ ନିଆଯିବା ପରେ ଆସନ୍ତାକାଲି ଶେଷକୃତ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି।
The post ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ appeared first on Odisha Reporter.
from Odisha Reporter https://ift.tt/3Fba0hr
No comments:
Post a Comment