ରାଜ୍ୟରେ ଲମ୍ବ ଡିଆଁ ମାରୁଛି ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ୧୮୯୭ ପଜିଟିଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 5, 2022

ରାଜ୍ୟରେ ଲମ୍ବ ଡିଆଁ ମାରୁଛି ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ୧୮୯୭ ପଜିଟିଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲମ୍ବ ଡିଆଁ ମାରୁଛି ଦୈନିକ ସଂକ୍ରମଣ । ଗତକାଲି ଆସିଥିବା ରିପୋର୍ଟରେ ୧୨୧୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆସିଥିବା ରିପୋର୍ଟରେ ତାହା ୧୮୯୭ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୧୦୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ହେଉଛି ୭୯୧ଟି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୨୫୮ ଜଣ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୨୬୨ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୪୮, ସମ୍ବଲପୁରରୁ ୧୨୫, ବାଲେଶ୍ୱରରୁ ୧୦୦, ଝାରସୁଗୁଡ଼ାରୁ ୬୬,  କେନ୍ଦୁଝରରୁ ୩୧,  ଯାଜପୁରରୁ ୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦ ଅନୁଗୋଳରୁ ୩ ପଜିଟିଭ ଚିହ୍ନଟ ହୋଇଥିବା ବେଳେ  ବରଗଡ଼ରୁ ୧୬, ଭଦ୍ରକରୁ ୭, ବଲାଙ୍ଗିରରୁ ୬, ବୌଦ୍ଧରୁ ୩, ଦେବଗଡ଼ରୁ ୧୬, ଢେଙ୍କାନାଳରୁ ୪, ଗଜପତିରୁ ୨, ଗଞ୍ଜାମରୁ ୩୪, ଜଗତସିଂହପୁରରୁ ୧୯,  କଳାହାଣ୍ଡିରୁ ୧୪, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୨, କୋରାପୁଟରୁ ୧୫, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୪୦, ନବରଙ୍ଗପୁରରୁ ୨୫, ନୟଗଡ଼ରୁ ୧୪, ନୂଆପଡ଼ାରୁ ୧୨, ପୁରୀରୁ ୫୪, ରାୟଗଡ଼ାରୁ ୭, ସୋନପୁରରୁ ୧୩,  ଓ ଷ୍ଟେଲ ପୁଲରୁ ୧୫୮ ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୧୦, ୫୯,୭୭୩ରେ ପହଞ୍ଚିଥିବା ବେଳେ ୧୦,୪୫,୫୧୪  ଜଣ ସୁସ୍ଥ ହୋଇ ସାରିଲେଣି। ଏବେ ରାଜ୍ୟରେ ଆକ୍ଟିଭ କେସ୍‌ ରହିଛି ୫୭୩୯ । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଗତ ୬ ଦିନରେ ୫ ହଜାରରୁ ଊର୍ଦ୍ଧ୍ୱ ନୂଆ ମାମଲା ସାମନାକୁ ଆସିଛି। ସେହିପରି ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୦କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଦେଶରେ ଦୈନିକ ସଂକ୍ରମଣ ୯୦ ହଜାରକୁ ବୃଦ୍ଧି ପାଇଥିବା ବେଳେ ଏଯାବତ ୨୬୩୦ ଜଣ ଓମିକ୍ରନ୍‌ରେ ଆକ୍ରାନ୍ତ ହୋଇଛନ୍ତି। 

The post ରାଜ୍ୟରେ ଲମ୍ବ ଡିଆଁ ମାରୁଛି ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ୧୮୯୭ ପଜିଟିଭ appeared first on Odisha Reporter.



from Odisha Reporter https://ift.tt/34sfOXh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages